୨୯୯ ଅଧ୍ୟାପକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଉଚ୍ଚଶିକ୍ଷାରେ ଗବେଷଣାକୁ ଗୁରୁତ୍ୱ ଦିଆଯାଉଛି

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଶିକ୍ଷକମାନେ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ। ପିଲାଙ୍କ ଭବିଷ୍ୟତ ଗଠନ ସହ ସେମାନେ ଛାତ୍ରୀଛାତ୍ରଙ୍କ ସୃଜନଶୀଳତାକୁ ପରିପ୍ରକାଶ କରିବା ପାଇଁ ଉତ୍ସାହିତ କରିଥାନ୍ତି। ସେମାନଙ୍କୁ ରୋଜଗାରକ୍ଷମ କରିବା ସହ ସମାଜ, ରାଜ୍ୟ ଓ ଦେଶକୁ ସମୃଦ୍ଧ କରାଇବାର ଠିକଣା ଦୃଷ୍ଟିଭଙ୍ଗୀ ପ୍ରଦାନ କରିଥାନ୍ତି। ଅଧ୍ୟାପନା ବୃତ୍ତି ସମାଜରେ ସବୁଠାରୁ ବଡ଼ ସମ୍ମାନ ବହନ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନବନିଯୁକ୍ତ ଅଧ୍ୟାପକମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟ ସରକାର ଉଚ୍ଚଶିକ୍ଷାର ମାନ ବୃଦ୍ଧି ଲାଗି ସମସ୍ତ ଉଦ୍ୟମ କରୁଛନ୍ତି। ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚଶିକ୍ଷା ପ୍ରତିଷ୍ଠାନଗୁଡ଼ିକରେ ସେଣ୍ଟର ଅଫ୍‌ ଏକ୍ସଲେନ୍ସ ପ୍ରତିଷ୍ଠା କରାଯାଉଛି। ସାମାଜିକ ଓ ଆର୍ଥତ୍କ ବିକାଶ କ୍ଷେତ୍ରରେ ଗୁରୁତ୍ୱ ରଖୁଥିବା ବିଷୟ ଉପରେ ଅଧିକରୁ ଅଧିକ ଗବେଷଣା କରିବାକୁ ପ୍ରୋତ୍ସାହନ ଦିଆଯାଉଛି। କ୍ୟାରିୟର୍‌ କାଉନସେଲିଂ ସେଲ୍‌, ସିଭିଲ ସର୍ଭିସ ପାଇଁ ସ୍ବତନ୍ତ୍ର କୋଚିଂ ସେଣ୍ଟର ଖୋଲାଯିବା ସହ ପିଲାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ବୃତ୍ତି ପ୍ରଦାନ କରାଯାଉଛି। ଓଡ଼ିଆ ଭାଷାର ବିକାଶ ଲାଗି ଓଡ଼ିଆ ବିଶ୍ୱବିଦ୍ୟାଳୟ ଖୋଲିବା ଦିଗରେ ପଦକ୍ଷେପ ନିଆଯାଇଛି। କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ନବନିଯୁକ୍ତ ଅଧ୍ୟାପକମାନଙ୍କୁ ରାଜ୍ୟ ସରକାରଙ୍କ ‘୫-ଟି’ ମନ୍ତ୍ରକୁ ଉପଯୋଗ କରିବାକୁ ପରାମର୍ଶ ଦେଇଥିଲେ। କେତେକ ବିଭାଗରେ ନିଯୁକ୍ତି ନେଇ କୋର୍ଟରେ ମାମଲା ଚାଲିଥିବାରୁ ନିଯୁକ୍ତି ପ୍ରକ୍ରିୟା ବିଳମ୍ବ ହେଉଥିବା ସେ କହିଥିଲେ। ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ଅନୁଦାନପ୍ରାପ୍ତ କଲେଜଗୁଡ଼ିକ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୮୩୩ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଏହି ଅବସରରେ ୨୯୯ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri