୨ ଅଣଓଡ଼ିଆ ମହିଳା ଗିରଫ, ଗହଣା ଜବତ

ଦିଗପହଣ୍ଡି,୧୨ା୩(ଡି.ଏନ.ଏ.) ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ଯାତ୍ରାରେ ସୋମବାର ସିଦ୍ଧେଶ୍ୱର ଗଣିଆ ନାଳ ଛକରେ ରହୁଥିବା ସୂର୍ଯ୍ୟମଣି ସାହୁ ନାମ୍ନୀ ମହିଳାଙ୍କ ବେକରୁ ପ୍ରାୟ ୨ ଭରି ଓଜନର ସୁନା ଖାସୁମାଳି କେହି ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୨ ଅଣ ଓଡ଼ିଆ ମହିଳାଙ୍କୁ ପୋଲିସ ଗିରଫ କରି ବୁଧବାର ସନ୍ଧ୍ୟାରେ ଦିଗପହଣ୍ଡି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ମେଦିନପୁର ଜିଲା ଖଡଗପୁର ଥାନା ଗୋଲବଜାର ଗ୍ରାମର ବିଦ୍ୟା ସେଠୀ ଓ ଲକ୍ଷ୍ମୀ ସେଠୀ। ଥାନା ମାମଲା ନଂ.୪୯/୨୦ ଦଫା ୩୭୯/୩୪ରେ ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତା ଲକ୍ଷ୍ମୀ ନିକଟରୁ ଚୋରି ଯାଇଥିବା ସୁନା ଖାସୁ ମାଳି ଓ ୧୧ ଶହ ଟଙ୍କା ପୋଲିସ ଜବତ କରିଛି। ଅଭିଯୁକ୍ତା ଦ୍ୱୟ ବାରମ୍ବାର ସେମାନଙ୍କ ନାମ ଓ ଠିକଣା ପରିବର୍ତ୍ତନ କରି କହୁଥିବାରୁ ସେମାନଙ୍କ ପ୍ରକୃତ ନାଁ ଓ ଠିକଣା ସଂଗ୍ରହ ପାଇଁ ଉଦ୍ୟମ ଚାଲିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ମଧୁସ୍ମିତା ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri