୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଲୋକେ ଛାନିଆ

କପ୍ତିପଦା,୧୨ା୫(ଡି.ଏନ.ଏ)- ସୁରତ ଫେରନ୍ତା ଲିଙ୍କ୍‌ରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୟର ବାତାବରଣ ସୃଷ୍ଟି ହେବା ସହ ୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଅଞ୍ଚଳବାସୀ ଛାନିଆ ହୋଇ ପଡ଼ିଛନ୍ତି। ଏସଂକ୍ରାନ୍ତରେ ପଦକ୍ଷେପ ଗ୍ରହଣ କରିବାକୁ ସେମାନେ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର କପ୍ତିପଦା ତହସିଲଦାରଙ୍କୁ ପ୍ରଦାନ କରିଛନ୍ତି।
ଚିହ୍ନଟ ହୋଇଥିବା ୯ ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ ପିଙ୍ଗୁ ଗ୍ରାମର, ଜଣେ ଜେଏସଜାମୁଡିହା ପଞ୍ଚାୟତ ଅନ୍ତର୍ଗତ ଭଣ୍ଡାରିପାଳ ବାଲିପୋଷି ଗ୍ରାମର ଓ ଅନ୍ୟ ଜଣେ କପ୍ତିପଦା ତେନ୍ତୁଳିସାହିର। ସମସ୍ତଙ୍କୁ କଟକସ୍ଥିତ ଅଶ୍ୱିନୀ କୋଭିଡ୍‌-୧୯ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଇ ଦିଆଯାଇଛି। ସେଥି ମଧ୍ୟରୁ ୨ ନମ୍ବର ଆକ୍ରାନ୍ତ ପିଙ୍ଗୁ ଓ ୮ ନମ୍ବର ତେନ୍ତୁଳିସାହିର। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଜଣେ ଘରୋଇ କାର ଡ୍ରାଇଭର ଓ କପ୍ତିପଦା କଲେଜ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଜଣେ ସଫେଇ କର୍ମଚାରୀ ଆସି ଥିବାରୁ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରିକୁ ନେଇ ଅଞ୍ଚଳବାସୀ ନାନା ଆଶଙ୍କାରେ ଦିନ କାଟୁଛନ୍ତି।୨ ନମ୍ବର ଆକ୍ରାନ୍ତ ଜଣକ ପିଙ୍ଗୁ ପଞ୍ଚାୟତର। ସେ ୪ ତାରିଖରେ କପ୍ତିପଦା କ୍ୱାରାଣ୍ଟାଇନ୍‌ ସେଣ୍ଟରଠାରେ ଓହ୍ଲାଇବା ପରେ ପ୍ରଶାସନର ଗାଡ଼ିରେ ନ ଆସି ନିଜ କାରରେ ପରିବାର ଲୋକଙ୍କ ସହିତ ପଞ୍ଚାୟତ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଆସିଥିଲେ। ସେହି ସମୟରେ ସେ କପ୍ତିପଦା, ଉଦଳା ଓ ପିଙ୍ଗୁର ବିଭିନ୍ନ ଜାଗା ବୁଲିବା ସହିତ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଅଞ୍ଚଳବାସୀ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ସେହିପରି ଅନ୍ୟ ଜଣେ ଆକ୍ରାନ୍ତ ସୁରଟରୁ ବସ୍‌ରେ ଆସି ବାଲେଶ୍ୱର ଜିଲା ସୋରରେ ଓହ୍ଲାଇଥିଲେ। ସେଠାରୁ ଏକ ଘରୋଇ କାରରେ କପ୍ତିପଦା ଆସିଥିଲେ। ସେ କ୍ୱାରାଣ୍ଟାଇନ୍‌ ନିୟମ ନ ମାନି ପରିବାର ଲୋକଙ୍କ ସହ ମିଳାମିଶା କରିବା ସହ କପ୍ତିିପଦା ବଜାରରେ ବୁଲାବୁଲି କରିଥିଲେ। ତେଣୁ ତାଙ୍କ ଟ୍ରାଭେଲ ହିଷ୍ଟ୍ରିକୁ ପ୍ରଶାସନ ଭଲ ଭାବେ ଯାଞ୍ଚ କରିବାକୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଏନେଇ ତହସିଲଦାର ରାଧାରଞ୍ଜନ ଦାସଙ୍କୁ ପଚାରିବାରୁ କାର ଡ୍ରାଇଭରଙ୍କୁ କ୍ୱାରାଣ୍ଟାଇନ୍‌କୁ ନେଇ ରବିବାର ତାଙ୍କ ସ୍ବାବ ସଂଗ୍ରହ ପରେ ପରୀକ୍ଷା ପାଇଁ ପଠାଯାଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri