୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୨୯ଟି ନମୁନାର ରିପୋର୍ଟ ହସ୍ତଗତ ହୋଇଥିବାବେଳେ ୪ ରିପୋର୍ଟ ମିଳିପାରିନି। ତେବେ ଓଡ଼ିଶାରେ ସଂକ୍ରମଣ ଚିହ୍ନଟ ହୋଇଥିବା ୨ଜଣ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଉଭୟ ହସ୍ପିଟାଲ୍‌ରେ ଦିଆଯାଉଥିବା ଖାଦ୍ୟ ଖାଉଛନ୍ତି। ରୋଗୀଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୫ ଜଣ ଆସିଥିବା ତଥ୍ୟ ମିଳିଛି। ସେମାନଙ୍କ ମଧ୍ୟରୁ ୩୬ଜଣଙ୍କୁ ହସ୍ପିଟାଲରେ ଆଇସୋଲେଶନରେ ରଖାଯାଇଥିବାବେଳେ ଅନ୍ୟମାନଙ୍କ ସହ ଯୋଗାଯୋଗ ହୋଇଛି। ଭୁବନେଶ୍ୱରରେ ୧୦ ଓ ସାରା ରାଜ୍ୟରେ ୧୦୦ ମନିଟରିଂ ଟିମ୍‌ ଏଥିପାଇଁ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୪୦୧୫ଜଣ ୧୦୪ ହେଲ୍ପଲାଇନ୍‌ ଓ ପୋର୍ଟାଲ୍‌ ଜରିଆରେ ପଞ୍ଜୀକରଣ କରିଛନ୍ତି ବୋଲି ବୁଧବାର କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri