୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୨୯ଟି ନମୁନାର ରିପୋର୍ଟ ହସ୍ତଗତ ହୋଇଥିବାବେଳେ ୪ ରିପୋର୍ଟ ମିଳିପାରିନି। ତେବେ ଓଡ଼ିଶାରେ ସଂକ୍ରମଣ ଚିହ୍ନଟ ହୋଇଥିବା ୨ଜଣ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଉଭୟ ହସ୍ପିଟାଲ୍‌ରେ ଦିଆଯାଉଥିବା ଖାଦ୍ୟ ଖାଉଛନ୍ତି। ରୋଗୀଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୫ ଜଣ ଆସିଥିବା ତଥ୍ୟ ମିଳିଛି। ସେମାନଙ୍କ ମଧ୍ୟରୁ ୩୬ଜଣଙ୍କୁ ହସ୍ପିଟାଲରେ ଆଇସୋଲେଶନରେ ରଖାଯାଇଥିବାବେଳେ ଅନ୍ୟମାନଙ୍କ ସହ ଯୋଗାଯୋଗ ହୋଇଛି। ଭୁବନେଶ୍ୱରରେ ୧୦ ଓ ସାରା ରାଜ୍ୟରେ ୧୦୦ ମନିଟରିଂ ଟିମ୍‌ ଏଥିପାଇଁ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୪୦୧୫ଜଣ ୧୦୪ ହେଲ୍ପଲାଇନ୍‌ ଓ ପୋର୍ଟାଲ୍‌ ଜରିଆରେ ପଞ୍ଜୀକରଣ କରିଛନ୍ତି ବୋଲି ବୁଧବାର କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନବେଦିରେ ମିଳିବ ଦାରୁଦିଅଁଙ୍କ ଦର୍ଶନ

ପୁରୀ ଅଫିସ,୨୬।୫: ନୀଳାଦ୍ରି ଭକ୍ତନିବାସରେ ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା...

ରବିବାରଠାରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୨୬ା୧୨(ଡି.ଏନ୍‌.ଏ.)-ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଶନିବାର ମନ୍ଦିର ପରିସରକୁ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସାନିଟାଇଜ୍‌...

ଭୁବନେଶ୍ୱରରୁ ଆଜି ୧୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭...

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନରସିଂହ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନକିଣା ଓ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗକୁ ନେଇ ଗତ ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଏହି ଅଚଳାବସ୍ଥା ଦୂର...

ଇନ୍ଦୋରରେ ବଢ଼ିଲା କରୋନା କର୍ଫ୍ୟୁ

ଇନ୍ଦୋର,୧୭।୫: କରୋନା କଟକଣା ଯୋଗୁ ଦୈନିକ ସଂକ୍ରମଣ ହ୍ରାସ ପାଉଥିବାରୁ ମଧ୍ୟପ୍ରଦେଶ ଇନ୍ଦୋରରେ ମେ’ ୨୯ଯାଏ କରୋନା କର୍ଫ୍ୟୁ ଅବଧିକୁ ବଢ଼ାଇ ଦିଆଯାଇଛି। ଏନେଇ ସୋମବାର...

କୋକସରା ପୋଲିସର ଗାଡିମୋଟର ଯାଞ୍ଚ

କୋକସରା,୩୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଦେଇ ଯାଇଥିବା ୨୬ ନଂ. ଜାତୀୟ ରାଜପଥ ବଙ୍ଗୋମୁଣ୍ଡା ଛକ ନିକଟରେ ବୁଧବାର ପୋଲିସ ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଇଥିଲା...

ଦୁଇ ଡୋଜ ଭ୍ୟାକ୍ସିନ ନେବା ପରେ ବି ଦେଖାଯାଉଛି କରୋନାର ଏସବୁ ଲକ୍ଷଣ

ଲଣ୍ଡନ,୨୯ ।୭: ସାରା ବିଶ୍ୱରେ କରୋନା ମହାମରୀକୁ ଏଡାଇବାକୁ ଭ୍ୟାକ୍ସିନ ବା ଟିକାକରଣ ପ୍ରକ୍ରିୟା ଜୋରଦାର ହୋଇଛି । ଏପଟେ ବେଳକୁ ବେଳ କରୋନାର ନୂଆ...

ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

Advertisement
Archives

Model This Week