୨ ଝିଅଙ୍କ ପରେ ପ୍ରଯୋଜକ କରୀମ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୮।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ଖେଳାଇଛି। କରୋନା କବଳରୁ ସାଧାରଣଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ପର୍ଯ୍ୟନ୍ତ କେହି ଏଥିରୁ ବର୍ତ୍ତି ପାରୁନାହାନ୍ତି। ପୂର୍ବରୁ ବଲିଉଡ୍‌ ଗାୟିକା କନିକା କପୁର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏବେ ବଲିଉଡ୍‌ ପ୍ରାଯୋଜକ କରୀମ ମୋରାନିଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିବା ଜଣାପଡ଼ିଛି। ବୁଧବାର କରୀମଙ୍କ ରିପୋର୍ଟ ଆସିବା ପରେ ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲର ଆଇସୋଲେଶନ୍‌ ଓ୍ବାର୍ଡରେ ଭର୍ତ୍ତି କରାଯାଇଛି। ଏହାପୂର୍ବରୁ ତାଙ୍କର ୨ଝିଅ ଶଜା ଓ ଜୋଆ ମୋରାନି କରୋନାରେ ସଂକ୍ରମିତ ହୋଇଥିଲେ। ସୂଚନାଯୋଗ୍ୟ, କରୀମ ନିଜ ପରିବାରଙ୍କ ସହ ଜୁହୁରେ ରୁହନ୍ତି। ଯେଉଁଠାରେ ବଲିଉଡ୍‌ର ଅଧିକାଂଶ ସେଲିବ୍ରିଟି ବସବାସ କରୁଛନ୍ତି। ଜୁହୁରେ କରୋନାର ପ୍ରଥମ ମାମଲା ସାମ୍ନାକୁ ଆସିବା ପରେ ମୋରାନିଙ୍କ ସଂସ୍ପର୍ଶେରେ ଆସିଥିବା ଲୋକଙ୍କ ମଧ୍ୟରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ କରୀମ ରହୁଥିବା ଆପାର୍ଟମେଣ୍ଟକୁ ସିଲ୍‌ କରାଯାଇଥିବା ବେଳେ ପ୍ରଶାସନ ପକ୍ଷରୁ ଅନ୍ୟଘରମାନଙ୍କର ଏବେ ବି ଯାଞ୍ଚ ଚାଲିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri