୨ ଟ୍ରକ ମୁହାଁମୁହିଁ ଧକ୍କା: ୧ ମୃତ, ୩ ଗୁରୁତର

ପାଲଲହଡା,୬।୮ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ ୧୪୯ ନଂ. ଜାତୀୟ ରାଜପଥ ବରମାଇଲ ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ୨ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଡ୍ରାଇଭର ପ୍ରାଣ ହରାଇଥିବାବେଳେ ଅନ୍ୟ ଜଣେ ଚାଳକଙ୍କ ସମେତ ୨ଜଣ ହେଲପର ଗୁରୁତର ହୋଇଛନ୍ତି। ମୃତକ ହେଲେ ପାଲଲହଡା ଥାନା ରଞ୍ଜ ଗ୍ରାମର ଅନନ୍ତ ନାୟକ।

ପୋଲିସ କହିଛି, ରାତି ପ୍ରାୟ ୧ଟାରେ ୨ ମାଲ ବୋଝଇ ଟ୍ରକ ମଧ୍ୟରେ ଧକ୍କା ହୋଇଥିଲା। ଏଥିରେ ୨ ଡ୍ରାଇଭରଙ୍କ ସମେତ ୪ଜଣ ଗୁରୁତର ହୋଇଥିଲେ। ସେମାନେ ହେଲେ ଅକ୍ଷୟ କୁମାର ନାୟକ, ସାଜନ ଖାଁ, ଶିବ ଗଉନ୍ତିଆ ଏବଂ ଅନନ୍ତ ନାୟକ। ତେବେ ଘଟଣାସ୍ଥଳରେ ଅନନ୍ତଙ୍କ ମୃତ୍ୟୁ ଘଟିଥିଲା। ଗୁରୁତରଙ୍କୁ ସ୍ଥାନୀୟବାସୀ ଉଦ୍ଧାର କରି ଖମାର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଖବରପାଇ ଖମାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଏ ନେଇ କେସ ନଂ. ୭୨/୧୯ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri