୨ ଦିନରେ ୩ ହଜାର ହିତାଧିକାରୀଙ୍କୁ ମିଳିଲା ୪ ମାସର ଭତ୍ତା

ଭୁବନେଶ୍ୱର,୩୧ା୩(ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣକୁ ଏଡ଼ାଇବା ପାଇଁ ସରକାର ଲକଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ସବୁ ବନ୍ଦ ହେବା ଯୋଗୁ ଲୋକେ ଖାଦ୍ୟପେୟର ଅଭାବ ଦେଖାଯାଇଥିଲା। ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେଇ ଗରିବଙ୍କୁ ୪ମାସର ଆଗୁଆ ଭତ୍ତ ଦେବା ପାଇଁ ଘୋଷଣା କରିଥିଲେ। ସରକାରଙ୍କ ଏହି ନିର୍ଦ୍ଦେଶକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପାଳନ କରି ବିଏମ୍‌ସିର ୩ ଜୋନ୍‌ରେ ସେମାବାରଠାରୁ ଆଗୁଆ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ କରିଛି। ୩ ଜୋନର ଜୋନାଲ ଡେପୁଟି କମିଶନରଙ୍କ ନେତୃତ୍ୱରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ମଙ୍ଗଳବାର ସୁଦ୍ଧା ଚିହ୍ନଟ ହୋଇଥିବା ୩ହଜାର ହିତାଧିକାରୀଙ୍କୁ ୪ମାସର ଆଗୁଆ ଭତ୍ତା ବଣ୍ଟନ ହୋଇଛି। ଏହା ଆସନ୍ତା ଏପ୍ରିଲ୍‌ ୧୨ ତାରିଖ ସୁଦ୍ଧା ସମସ୍ତ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କାର୍ଯ୍ୟ ଶେଷ ହେବ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ସୂଚନାଯୋଗ୍ୟ, ସରକାରଙ୍କ ନିର୍ଦ୍ଦେଶ ପରେ ବିଏମ୍‌ସି ପକ୍ଷରୁ ସବୁ ୱାର୍ଡରେ ଗୋଟିଏ ଦିନ ଲେଖାଏ ଭତ୍ତା ବଣ୍ଟନ କରାଯିବାକୁ ସ୍ଥିର କରାଯାଇଥିବାବେଳେ ବିଭିନ୍ନ ସ୍ଥାନରେ କ୍ୟାମ୍ପ କରାଯାଇଛି। ଭତ୍ତା ବଣ୍ଟନ ସମୟରେ କିପରି ହିତାଧିକାରୀମାନେ ସାମାଜିକ ଦୂରତା ବଜାୟ ରଖିବେ ସେଥିପ୍ରତି ଧ୍ୟାନ ଦିଆଯାଇଛି। ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି କାର୍ଯ୍ୟକୁ ଯଥାଶୀଘ୍ର ସାରିବା ପାଇଁ କମିଶନର ଚୌଧାରୀ ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ୩ ଜୋନରେ ୩୧ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଅଛନ୍ତି। ସୋମବାର ପ୍ରଥମ ଦିନରେ ଉତ୍ତର ଜୋନରେ ପାଖାପାଖି ୫୦୦, ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ ପୂର୍ବ ଜୋନରେ ୫୦୦ରୁ ୭୦୦ ହିତାଧିକାରୀ ଭତ୍ତା ପାଇଥିବା ବେଳେ ମଙ୍ଗଳବାର ମଧ୍ୟ ସମାନ ସଂଖ୍ୟା ରହିଥିବା ୩ ଜୋନର ଜୋନାଲ ଡେପୁଟି କମିଶନରଙ୍କ ନିକଟରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri