୨ ଦିନ ବନ୍ଦ ରହିବ ମାରୁତି ସୁଜୁକି ପ୍ଲାଣ୍ଟ; ମାନ୍ଦାବସ୍ଥା ଯୋଗୁ ୨୦୧୨ ପରେ ପ୍ରଥମ

ନୂଆଦିଲ୍ଲୀ,୫ା୯: ଅଟୋ ସେକ୍ଟରରେ ଦେଖାଦେଇଥିବା ମାନ୍ଦାବସ୍ଥାର ପ୍ରଭାବରୁ ଦେଶର ସର୍ବବୃହତ କାର୍‌ ନିର୍ମାତା ମାରୁତି ସୁଜୁକି ୨ଦିନ ୭ ଓ ୯ ତାରିଖରେ ହରିୟାଣାସ୍ଥିତ ଗୁଡ଼ଗାଓ ଏବଂ ମାନେସର ପ୍ଲାଣ୍ଟକୁ ବନ୍ଦ ରଖିବ। ଏହି ଦୁଇ ଦିନକୁ କମ୍ପାନୀ ‘ନୋ ପ୍ରଡକ୍ସନ ଡେ’ ବା ଉତ୍ପାଦନ ବନ୍ଦ ଦିବସ ଭାବେ ଘୋଷଣା କରିଛି। ୨୦୧୨ ପରେ କମ୍ପାନୀ ପକ୍ଷରୁ ଏଭଳି ନିଷ୍ପତ୍ତି ପ୍ରଥମଥର ନିଆଯାଇଛି। ୭ ତାରିଖ ଶନିବାର ଓ ୯ ତାରିଖ ସୋମବାର ପଡୁଛି। ଏମିତିରେ ରବିବାର ମାରୁତି ସୁଜୁକିରେ କୌଣସି ପ୍ରକାର କାର୍ଯ୍ୟ ହୁଏନି। ଏଭଳି ଦେଖିଲେ ମାରୁତିରେ ଆସନ୍ତା ୩ ଦିନ କାର୍ଯ୍ୟ ବନ୍ଦ ରହିବ। କମ୍ପାନୀ ପକ୍ଷରୁ ଏ ସଂକ୍ରାନ୍ତରେ ସୂଚନା ପ୍ରଦାନ କରାଯାଇଛି। ସୂଚନାଥାଉ କି, ଅଟୋ ସେକ୍ଟରରେ ମାନ୍ଦାବସ୍ଥାର ପ୍ରଭାବ ଅତ୍ୟନ୍ତ ଗମ୍ଭୀର ହୋଇଛି। ମାରୁତିରେ ଏହାର ପ୍ରଭାବ ଜବରଦସ୍ତ ଦେଖିବାକୁ ମିଳିଛି। କମ୍ପାନୀକୁ ଅଗଷ୍ଟରେ ନିଜର ଉତ୍ପାଦନ ୩୩.୯୯ ପ୍ରତିଶତ ହ୍ରାସ କରିବାକୁ ପଡିଛି। କମ୍ପାନୀ ଗତ ୭ ମାସ ହେବ ଉତ୍ପାଦନ ହ୍ରାସ କରିଚାଲିଛି। ଅଗଷ୍ଟରେ ୧,୧୧,୩୭୦ ୟୁନିଟ ଗାଡ଼ି ତିଆରି ହୋଇଥିଲା। ଗତବର୍ଷ ଏହି ସମୟରେ ଗାଡ଼ି ଉତ୍ପାଦନ ୧,୬୮,୭୨୫ ୟୁନିଟ ହୋଇଥିଲା। ଅଗଷ୍ଟରେ ବିକ୍ରି ୩୨.୭ ପ୍ରତିଶତ କମି ୧,୦୬,୪୧୩ରେ ପହଞ୍ଚତ୍ଛି, ଯାହା କି ଗତବର୍ଷ ୧,୫୮,୧୮୯ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri