୨ ନୂଆ ବ୍ଲକର ୫ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ ଅଫିସ,୨୫ା୪: ଭଦ୍ରକ ଜିଲାରେ ଶୁକ୍ରବାର ଗୋଟିଏ ଦିନରେ ୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାସୁଦେବପୁରରୁ ଗୋଟିଏ, ତିହିଡିର ୨ ଓ ଧାମନଗରରୁ ୨ଜଣ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଜିଲାରେ ଏପର୍ଯ୍ୟନ୍ତ ମୋଟ ରୋଗୀଙ୍କ ସଂଖ୍ୟା ୧୬କୁ ଛୁଇଁଛି। ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ୨ଟି ନୂଆ ବ୍ଲକ ତିହିଡ଼ି ଓ ଧାମନଗରର ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ଶୁକ୍ରବାର ଅପରାହ୍ନରୁ ଲାଗିି ରହିଥିବା ବର୍ଷା କାରଣରୁ ଏହି ପଞ୍ଚାୟତଗୁଡ଼ିକର ଯୋଗାଯୋଗ ରାସ୍ତା ସିଲ୍‌ କରାଯାଇପାରି ନ ଥିଲା। ଶନିବାର ସକାଳୁ ଏହି କଣ୍ଟେନମେଣ୍ଟ ଜୋନର ପ୍ରବେଶ ପଥଗଡ଼ିକୁୁ ପୋଲିସ ଓ ବ୍ଲକ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ଏଥିସହ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିବା ସୂଚନା ମିଳିଛି। ତିହିଡ଼ି ବ୍ଲକର ବାମନବିନ୍ଧା ପଞ୍ଚାୟତର କାନପୁର, ସନ୍ଦକପୁର, ବାମନବିନ୍ଧା ଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିବା ବେଳେ କାଁପଡ଼ା ପଞ୍ଚାୟତର କାଁପ ଗାଁ, କାଁପଡାବିନ୍ଧା ତଳକାଁପଡା ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସେହିଭଳି ଧାମନଗର ବ୍ଲକର କଲ୍ୟାଣୀ ପଞ୍ଚାୟତର ୨ଟି ଗାଁ, ଖଡ଼ପଡ଼ା ପଞ୍ଚାୟତର ୬ଟି ଗାଁ, ଆନନ୍ଦପୁର ପଞ୍ଚାୟତର ଉତେଇପୁର ଗାଁକୁ ସିଲ୍‌ କରାଯାଇ ଯାତାୟାତରେ କଟକଣା ଜାରି କରାଯାଇଛି। ଏହି ୨ ବ୍ଲକର କଣ୍ଟେନମେଣ୍ଟ ଜୋନ ପାଇଁ ୪ ଜଣ ନୋଡାଲ ଅଫିର୍ସଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ୨ ବ୍ଲକର ବିଡିଓଙ୍କୁ ସୁପରଭାଇଜିଂ ଦାୟିତ୍ୱ ଦିଆଯାଇଛି। ଏହି ସବୁ ଅଞ୍ଚଳର ଗ୍ରାମବାସୀଙ୍କୁ ଘରୁ ନ ବାହାରିବା ଓ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯଦିଓ ଜିଲାରେ ୬୦ ଘଣ୍ଟିଆ ସଟ୍‌ଡାଉନ ବଳବତ୍ତର ରହିଛି କିନ୍ତୁ ଏହି କଣ୍ଟେନମେଣ୍ଟ ଘୋଷଣା ପରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ଅଞ୍ଚଳମାନଙ୍କରେ ସ୍କ୍ରିନିଂ କରାଯାଇ ଅଧିକରୁ ଅଧିକ ରକ୍ତ ନମୁନା ଓ କଣ୍ଟାକ୍ଟ ଟ୍ରେସିଂ କାର୍ଯ୍ୟ ଜୋରଦାର କରାଯାଉଥିବା ନେଇ ପ୍ରଶାସନ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri