୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା: ଆମରଣ ଅନଶନ ପରେ ମିଳିଲା ନିଯୁକ୍ତି ପ୍ରତିଶ୍ରୁତି

ବ୍ରହ୍ମପୁର ଅଫିସ,୫ା୧-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ନେଇ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘ ପକ୍ଷରୁ ଦିଆଯାଇଥିବା ଧାରଣା ଶନିବାର ପ୍ରତ୍ୟାହୃତ ହୋଇଛି । ଗତ ୨ ତାରିଖରେ ଆନ୍ଦୋଳନରତ ଦୁଇ ପରିଚାରିକାଙ୍କ ମଧ୍ୟରୁ ଡିଇଓ ଜଣକୁ ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଯୁକ୍ତି ଦେଇଥିଲେ। ଏହାପରେ ଅନ୍ୟ ଜଣେଙ୍କୁ ନିଯୁକ୍ତି ଦେବା ଦାବିରେ ପରିଚାରିକା ଜଣକ ଶୁକ୍ରବାରରୁ ଆମରଣ ଅନଶନ ଆରମ୍ଭ କରିଥିଲେ । ଅନଶନ ପରେ ଡିଇଓ ଉକ୍ତ ପରିଚାରିକାଙ୍କୁ ଅନ୍ୟ ଏକ ବିଦ୍ୟାଳୟରେ ନିଯୁକ୍ତି ନେଇ ପ୍ରତଶ୍ରୁତି ଦେବା ପରେ ପରିଚାରିକା ଜଣକ ଅନଶନରୁ ହଟିଥିଲେ ।
ସୂଚନାଯୋଗ୍ୟ, ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ବର୍ଷ ଧରି ପାଚିକା ଭାବେ କାର୍ଯ୍ୟକରି ଆସୁଥିବା କୁନି ସାହୁ ଓ ଗୀତା ନାୟକଙ୍କୁ କାର୍ଯ୍ୟରୁ ବହିଷ୍କାର ନେଇ ଅଭିଯୋଗ ହୋଇଥିଲା । ଏହାର ପ୍ରତିବାଦ କରି ଗତ ଡିସେମ୍ବର ୧୮ରୁ ଉଭୟ ପରିଚାରିକା ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା ସଂଘର ସମର୍ଥନରେ ଧାରଣା ଦେଇଥିଲେ । କାର୍ଯ୍ୟର ସୁ-ବ୍ୟବସ୍ଥା କରାଯିବାକୁ ସେମାନେ ଦାବି କରିଥିଲେ ା ଦୀର୍ଘ ୧୧ ଦିନର ଧାରଣା ପରେ ଜାନୁୟାରୀ ୨ ଅର୍ଥାତ ଗୁରୁବାର ଗୀତା ନାୟକଙ୍କୁ ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡିଇଓ ପୁନଃ ନିଯୁକ୍ତି ଦେଇଥିଲେ । କିନ୍ତୁ କୁନି ସାହୁଙ୍କ ପୁନଃ ନିଯୁକ୍ତି ମିଳିବା ଦିଗରେ ଡିଇଓ କୌଣସି ନିଷ୍ପତ୍ତି ଗ୍ରହଣ କରି ନ ଥିଲେ । ଏହାପରେ ଶୁକ୍ରବାର କୁନି ଡିଇଓଙ୍କ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନରେ ବସିଥିଲେ। ଶୁକ୍ରବାର ସାରା ରାତି ବର୍ଷାରେ ଭିଜି ବସିବା ପରେ ଶନିବାର ଡିଇଓ ସନାତନ ପଣ୍ଡା ଓ ରଙ୍ଗେଇଲୁଣ୍ଡା ଗୋଷ୍ଠୀ ଶିକ୍ଷାଧିକାରୀ(ବିଇଓ) ପ୍ରଭାତୀ ମହାପାତ୍ର କୁନିଙ୍କୁ ସୁବୁଦ୍ଧି ଦେବୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇଥିଲେ ା ଏହାପରେ କୁନି ଅନଶନରୁ ଉଠିଥିଲେ ା ଏହି ସମୟରେ ପାଚିକା ସଂଘ ସଭାପତି କାର୍ତ୍ତିକ ଚନ୍ଦ୍ର ମହାନ୍ତିଙ୍କ ସମେତ ସଂଘର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri