୨ ବର୍ଷରେ କାର୍ଯ୍ୟକ୍ଷମ ହେବ ଶ୍ରୀଜଗନ୍ନାଥ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ପୁରୀ ଅଫିସ, ୩୦ା୧୦: ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଜମିକୁ ନେଇ ବିଭିନ୍ନ ସମୟରେ ସମସ୍ୟା ଉପୁଜିବାରୁ କାମ ବିଳମ୍ବ ହେଲା। ଏଭଳି ଭାବେ ଦିନ ଗଡ଼ିିଚାଲିଥିବା ବେଳେ ବୁଧବାର ମେଡିକାଲ କଲେଜର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ସର୍କିଟ ହାଉସ୍‌ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବର୍ତ୍ତମାନ ମେଡିକାଲ କଲେଜର କ’ଣ କାମ ଚାଲିଛି, ଆଉ କେତେ କାମ ବାକି ଅଛି ଆଦି ପ୍ରସଙ୍ଗରେ ଆଲୋଚନା କରାଯାଇଛି। ବିଦ୍ୟୁତ୍‌, ପାନୀୟଜଳ ଆଦି ବ୍ୟବସ୍ଥା ଯୁଦ୍ଧକାଳୀନ ଭିତ୍ତିରେ କରାଯାଉଛି। ସେସୁ ପକ୍ଷରୁ ୧୩୨କେଭି ଲାଇନ ଯୋଗେ ବିଦ୍ୟୁତ୍‌ ସଂଯୋଗ ନେଇ ଆଲୋଚନା ହୋଇଥିଲା। ପୂର୍ବରୁ କଲେଜ କୋଠା ସମ୍ପୂର୍ଣ୍ଣ ଭାବେ ତିଆରି ସରିଥିବାବେଳେ ମେଡିକାଲ କୋଠା ନିର୍ମାଣ ଲାଗି ଆସନ୍ତା ୨ମାସ ମଧ୍ୟରେ ଟେଣ୍ଡର ପ୍ରକ୍ରିୟା ଶେଷ ହେବ। ସମସ୍ତ କାମ ୨ବର୍ଷ ମଧ୍ୟରେ ସାରିବା ଲାଗି ସ୍ବାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ବିଭାଗୀୟ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା, ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାର, ଜିଲାପାଳ ବଲୱନ୍ତ ସିଂ, ରାସ୍ତା ଓ କୋଠାବାଡ଼ି ଅଧୀକ୍ଷଣ ଯନ୍ତ୍ରୀ ପି.କେ. ପାତ୍ର, ଉପଜିଲାପାଳ ଭବତାରଣ ସାହୁ, ଏଲ୍‌ ଆଣ୍ଡ ଟିର ଅରବିନ୍ଦ ମଜୁମଦାର ଓ ନବୀନ କୁମାର, ପୁରୀ କୋଠାବାଡ଼ିି ନିର୍ବାହୀଯନ୍ତ୍ରୀ ପି. ସାମନ୍ତରାୟଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ। ବୈଠକ ପରେ ମନ୍ତ୍ରୀ, ସଚିବ ଏବଂ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଖୁବ୍‌ଶୀଘ୍ର ପୁରୀରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଜିଲା ପ୍ରଶାସନ ପକ୍ଷରୁ ବୁଧବାର ସ୍ବାସ୍ଥ୍ୟ ବିଭାଗକୁ ମେଡିକାଲ କଲେଜ ଜମିର ପଟ୍ଟା ହସ୍ତାନ୍ତର କରାଯାଇଛି। ଦୁଇବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୧ ଶେଷ କିମ୍ବା ୨୦୨୨ ଆରମ୍ଭରେ ମେଡିକାଲ କଲେଜ କାର୍ଯ୍ୟକ୍ଷମ କରାଯିବ। ଏହାଦ୍ୱାରା ପୁରୀବାସୀଙ୍କ ଦୀର୍ଘବର୍ଷର ଦାବି ପୂରଣ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri