୨ ବିଷାକ୍ତ ସାପ ଉଦ୍ଧାର

ଢେଙ୍କିକୋଟ, ୧୭ା୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫରେଷ୍ଟ ସେକ୍ସନ ଖଣ୍ଟ ଘର ପଞ୍ଚାୟତ କାଶିବେଡା ଗ୍ରାମରୁ ଗୁୁରୁବାର ଅପରାହ୍ନରେ ୨ଟି ବିଷଧର ସାପକୁ ବନବିଭାଗ ତରଫରୁ ଉଦ୍ଧାର କରାଯାଇଛି। କାଶିବେଡା ଗ୍ରାମ ମୁଣ୍ଡାସାହି ଚନ୍ଦ୍ରା ମୁଣ୍ଡାଙ୍କ ଘର ଭିତରେ ଗୋଟିଏ ଜାଗାରେ ୧୦ଟାରୁ ଊର୍ଦ୍ଧ୍ୱ ବିଷଧର ସାପ ଥିବା ହଠାତ୍‌ ଘର ପରିବାର ଲୋକ ଦେଖି ଭୟଭୀତ ହୋଇଯାଇଥିଲେ ଏବଂ ଢେଙ୍କିକୋଟ ଫରେଷ୍ଟର ଗୌରଚନ୍ଦ୍ର ନାୟକଙ୍କୁ ଖବର ଦେଇଥିଲେ। ଫରେଷ୍ଟର ଖବରପାଇ ହରିଚନ୍ଦନପୁର ସ୍ନେକ୍‌ ହେଲ୍ପ ଲାଇନର ସଦସ୍ୟ ପ୍ରହଲ୍ଲାଦ ନାୟକଙ୍କୁ ଖବର କରିଥିଲେ। ସେ ତୁରନ୍ତ ଆସି ପହଞ୍ଚିଥିଲେ। ମାତ୍ର ସେତେବେଳକୁ ସାପ ସବୁ ଏଣେତେଣେ ହୋଇ ପଳାଇ ଯାଇଥିବା ବେଳେ ୨ଟି ସାପକୁ ସେ କାବୁ କରିଥିଲେ। ଉଦ୍ଧାର ଦୁଇ ସାପଙ୍କୁ ଗ୍ରାମ ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦିଆଯାଇଥିବା ଫରେଷ୍ଟର ଗୌରଚନ୍ଦ୍ର ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri