ଗୋପାଳପୁର,୫ା୧ -ଦୀର୍ଘବର୍ଷ ହେଲା ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଞ୍ଚଳରେ ନକଲି ଡ଼ାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ବେଆଇନ କ୍ଲିନିକ କରି ରୋଗୀଙ୍କୁ ଚିକିତ୍ସା ଆଳରେ ଶୋଷଣ କରାଯାଉଛି। ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର ହୋଇ ଉଠିଛି। ଶନିବାର ରଣ୍ଢା ଓ ଗୋଳନ୍ଥରା ଚଟି ନିକଟରେ ଥିବା ଦୁଇଟି ବେଆଇନ କ୍ଲିନିକରେ କନିଷି ତହସିଲଦାରଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଛି। ପୂର୍ବାହ୍ନରେ କନିଷି ଭାରପ୍ରାପ୍ତ ତହସିଲଦାର ଅନୀତା ସାହୁ, କେଲୁଆପଲ୍ଲୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼ା. ସୁଜିତ ମହାପାତ୍ର ଓ ଗୋଳନ୍ଥରା ଏସ୍ଆଇ ଜୟନାଥ ପ୍ରଧାନ ଓ ଅନ୍ୟ ଅଧିକାରୀମାନେ ରଣ୍ଢା ଗ୍ରାମରେ ଥିବା ଏକ ଦନ୍ତ ଚିକିତ୍ସାଳୟରେ ଚଢ଼ାଉ କରିଥିଲେ। ଚିକିତ୍ସାଳୟରେ ଥିବା ଡ଼ାକ୍ତରଙ୍କୁ ତହସିଲଦାର କ୍ଲିନିକ ଏଷ୍ଟାବ୍ଲିଶମେଣ୍ଟ ସାର୍ଟିଫିକେଟ ମାଗିବାରୁ ଏନେଇ ଆବେଦନ କରାଯାଇଛି ବୋଲି ସେ କହିଥିଲେ। ପରେ ତହସିଲଦାର ଉକ୍ତ ବେଆଇନ ଚିକିତ୍ସାଳୟକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପରେ ଗୋଳନ୍ଥରା ଚଟିସ୍ଥିତ କାମରାଜୁ ଚିକିତ୍ସାଳୟରେ ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଥିଲା। କାମରାଜୁଙ୍କ ପୁଅ ଜଣେ ରୋଗୀଙ୍କୁ ଇଞ୍ଜେକସନ ଦେଉଥିବା ଟିମ୍ ସଦସ୍ୟ ଦେଖିଥିଲେ। କାଗଜପତ୍ର ମାଗିବାରୁ ସେ ଆର୍ଏମ୍ପି ସାର୍ଟିଫିକେଟ ଦେଖାଇଥିଲେ। ତହସିଲଦାର ସାହୁ କ୍ଲିନିକ୍ ଏଷ୍ଟାବ୍ଲିଶମେଣ୍ଟ ସାର୍ଟିଫିକେଟ ମାଗିବାରୁ ସେ ଦେଖାଇପାରିନଥିଲେ। ତୁରନ୍ତ ଏହାକୁ ବନ୍ଦ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ୪ ଦିନ ମଧ୍ୟରେ ସାର୍ଟିଫିକେଟ ଓ ଅନ୍ୟ କାଗଜପତ୍ର ପ୍ରଶାସନ ନିକଟରେ ଦାଖଲ କରିବାକୁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତି।
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…
ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’
ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…
ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍ରେ ତଥ୍ୟ ପ୍ରଦାନ କଲେ ନଗରପାଳ
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…
ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ
ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
Archives

