୨ ଲକ୍ଷ ୮୭ ହଜାର ଲୁଟିନେଲେ ଦୁର୍ବୃତ୍ତ: ଲୁଟେରାଙ୍କ ସୁରାକ ପାଉନି ପୋଲିସ

ପଟ୍ଟାମୁଣ୍ଡାଇ,୨୫।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ବ୍ରାହ୍ମଣୀ ବନ୍ୟା ସୁରକ୍ଷା ବନ୍ଧର ବକ୍ତାରପୁର କେନାଲ ପୋଲ ନିକଟରୁ ରବିବାର ଅପରାହ୍ନ ୧ଟା ବେଳେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରାଜନଗର ମଦ ଦୋକାନ କର୍ମଚାରୀ ସନାତନ ବିଶ୍ୱାଳଙ୍କଠାରୁ ୨ଲକ୍ଷ ୮୭ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ସନାତନ ପଟ୍ଟାମୁଣ୍ଡାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ, ସନାତନ ଏକ ବାଇକ୍‌ରେ ଟଙ୍କା ନେଇ ମଦ ଦୋକାନ ମାଲିକଙ୍କ ଘରକୁ କେନ୍ଦ୍ରାପଡ଼ା ଯାଉଥିଲେ। ମାତ୍ର ବକ୍ତାରପୁରଠାରେ ଏକ ବାଇକ୍‌ରେ ଦୁଇ ଜଣ ଲୁଟେରା ତାଙ୍କୁ ଅଟକାଇବା ସହ ଧମକାଇ ସମସ୍ତ ଟଙ୍କା ଛଡ଼ାଇ ନେଇଥିଲେ। ଅଭିଯୋଗ ଆଧାରରେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ମାତ୍ର ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ପୋଲିସ ଲୁଟେରାଙ୍କ ପତ୍ତା ପାଇ ନ ଥିବା ଜଣାପଡ଼ିଛି। ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ବାରମ୍ବାର ଚୋରି, ରାହାଜାନି, ଲୁଟ୍‌ ଆଦି ଘଟଣା ଘଟୁଥିବା ବେଳେ ପୋଲିସ ଲୁଟେରାଙ୍କ ସୁରାକ ପାଉ ନ ଥିବା ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି।
ସୂଚନାଥାଉ କି, ଗତ ଗୁରୁବାର ଡାମରପୁର-ବାଲିପାଟଣା ଗ୍ରାମର ଗଣେଶ୍ୱର ପରିଡ଼ା ବାଇକ ଡିକିରେ ୧ଲକ୍ଷ ୮୯ ହଜାର ଟଙ୍କା ରଖି ପଟ୍ଟାମୁଣ୍ଡାଇ ବଜାରକୁ ଆସୁଥିଲେ। ମାତ୍ର ବାଇପାସ୍‌ ଛକ ନିକଟରେ ଗାଡ଼ି ରଖି ଫଳ କିଣୁଥିବା ବେଳେ କେହି ଦୁର୍ବୃତ୍ତ ଡିକି ଭାଙ୍ଗି ସମସ୍ତ ଟଙ୍କା ଲୁଟି ନେଇଥିଲେ। ଏ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। ସେହିପରି ପଟ୍ଟାମୁଣ୍ଡାଇ ମହାବୀର ବଜାରଠାରେ ଥିବା ଏଟିଏମ୍‌ରୁ ବୁଧବାର ଲୁଟେରାମାନେ ବାଲିପଡ଼ାର ମନୋରଞ୍ଜନ ତ୍ରିପାଠୀଙ୍କ ଆକାଉଣ୍ଟରୁ ୨୫ ହଜାର ଟଙ୍କା ଲୁଟି ନେଇଥିଲେ। ଏ ନେଇ ସେ ଥାନାରେ ଅଭିଯୋଗ କରିବା ସହିତ ଲୁଟେରାମାନଙ୍କ ଭିଡ଼ିଓ କ୍ଲିପ୍‌ ଥାନାରେ ଦେଖାଇଥିଲେ ବି ପୋଲିସ ଏ ଯାଏଁ ଲୁଟେରାଙ୍କ ଧରିବାରେ ସଫଳ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ପୋଲିସ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri