୨ ଲୁଟେରା କୋର୍ଟଚାଲାଣ

ବଇଣ୍ଡା,୬।୯(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ବଡ଼ଡଙ୍ଗିଆଣୀ ଗ୍ରାମରେ ଗୁରୁବାର ବନ୍ତଳା ଥାନା ଖାଲଙ୍ଗା ଗ୍ରାମର ପ୍ରିତିରଞ୍ଜନ ସାହୁଙ୍କଠାରୁ ଲୁଟ୍‌ କରୁଥିବାବେଳେ ଗ୍ରାମବାସୀଙ୍କ ଦ୍ୱାରା ବୁଦୁଲିମୁଣ୍ଡା ଗ୍ରାମର ଧରାପଡ଼ିଥିବା ୪ ଲୁଟେରାଙ୍କ ମଧ୍ୟରୁ ୨ ଜଣ ଲୁଟେରାଙ୍କୁ ଶୁକ୍ରବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ବୁଦୁଲିମୁଣ୍ଡା ଗ୍ରାମର ଚନ୍ଦନ ସେଠୀ ଓ ରବିନ୍ଦ୍ର ବେହେରା। ଏ ନେଇ ନଂ. ୧୫୩/୧୯ରେ ଏକ ମାମଲା ରୁଜୁ କରାଯାଇଛି। ପୋଲିସ କହିଛି, ପ୍ରିତିରଞ୍ଜନ ଏକ ବିଦ୍ୟୁତ ଠିକାସଂସ୍ଥାରେ କାମ କରୁଥିବାବେଳେ ଗୁରୁବାର ନାକିଚି ଅଭିମୁଖେ ଆସୁଥିଲେ। ସେହି ସମୟରେ ୨ଟି ବାଇକ ଯୋଗେ ୫ ଜଣ ଲୁଟେରା ପ୍ରିତିରଞ୍ଜନଙ୍କଠାରୁ ଲୁଟ୍‌ ଉଦ୍ୟମ କରୁଥିବାବେଳେ ୪ ଜଣ ଲୁଟେରା ଗ୍ରାମବାସୀଙ୍କ ଦ୍ୱାରା ଧରା ପଡ଼ିଯାଇଥିଲେ। ଆଉ ୨ ଲୁଟେରାଙ୍କୁ ଅଟକ ରଖାଯାଇ ପଚରାଉଚାରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri