ଚିତ୍ରଡା,୧୭ା୧(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ହଳଦୀପାଳ ପଞ୍ଚାୟତ ଅନ୍ତର୍ଗତ ସମାଇଡ଼ିହି ଗ୍ରାମ ଲୋଧା ସମ୍ପ୍ରଦାୟର ରାଧି ନାୟକଙ୍କ ଦୁଇ ଶିଶୁ କନ୍ୟାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ସେମାନଙ୍କ ଶରୀରରେ ପ୍ରଥମେ ଛୋଟଛୋଟ ଘା’ ହୋଇଥିବା ବେଳେ ଏବେ ତାହା ବଢିବାରେ ଲାଗିଛି। ଅର୍ଥାଭାବ ଯୋଗୁ ସେମାନଙ୍କର ଉପଯୁକ୍ତ ଚିକିତ୍ସା ହୋଇ ପାରୁ ନ ଥିବା ବେଳେ ପ୍ରଶାସନ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।
ଗୁରୁବାର ମଧ୍ୟାହ୍ନରେ ରାଧି ନାୟକ ଏବଂ ତାଙ୍କ ଶାଶୁ ମଞ୍ଜୁ ନାୟକ ପିଲା ଦୁଇଟିଙ୍କୁ ଧରି ଚିତ୍ରଡାସ୍ଥିତ ଡାକ୍ତରଖାନାକୁ ଆସିଥିଲେ। କିନ୍ତୁ ବର୍ହି ବିଭାଗ ବନ୍ଦ ହୋଇଯାଇଥିବାରୁ ସେମାନେ ଘରକୁ ଫେରିଯିବା ପାଇଁ ବସିଥିଲେ। ପରେ ଜଣେ ସ୍ବାସ୍ଥ୍ୟ କର୍ମୀ ସେମାନଙ୍କୁ କିଷାନତାଣ୍ଡି ହସ୍ପିଟାଲକୁ ନେଇଯିବା ପାଇଁ ସହାୟତା ଯୋଗାଇ ଦେଇଥିଲେ। ସାଙ୍ଗରେ ଯାଇଥିବା ଆଶା କର୍ମୀଙ୍କ ସହ ସେମାନେ କିଷାନତାଣ୍ଡି ଡାକ୍ତରଖାନାକୁ ଯାଇଥିଲେ। ସେଠାରେ ଡାକ୍ତର ପରୀକ୍ଷା କରି ପିଲା ଦୁଇଟିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବା ପାଇଁ କହିଥିଲେ। ମାତ୍ର ପାଖରେ ଅର୍ଥ ନ ଥିବାରୁ ଶାଶୁ ବୋହୂ ସରକାରୀ ଔଷଧ ଧରି ଘରକୁ ଫେରି ଆସିଥିଲେ। ଲୋଧା ସମ୍ପ୍ରଦାୟର ଉନ୍ନତି ପାଇଁ ଲୋଧା ଉନ୍ନୟନ ସଂସ୍ଥା ଓ ଶିଶୁମାନଙ୍କ ସୁରକ୍ଷା ଲାଗି ଶିଶୁ ବିକାଶ ସଂସ୍ଥା ଥିବା ବେଳେ ଉକ୍ତ ପରିବାରକୁ ସହାୟତା ମିଳି ପାରି ନ ଥିବା ମଞ୍ଜୁ ନାୟକ ଅଭିଯୋଗ କରିଛନ୍ତି। ଏହି ପରିବାରକୁ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…
ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼...
ଚାଉଳ ଚୋରି କରି ଧରାପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ
ଆଠଗଡ଼,୧୨।୧୨: କଟକ ଜିଲା ଆଠଗଡ଼ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ...
ହାଇମାଷ୍ଟ ଲାଇଟ୍ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ
ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍...
ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍, ଭିତରେ ଥିଲେ ଚାଳକ…
ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...
ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ପାରଦ ତଳ ମୁହାଁ ଯୋଗୁ ଆଭ୍ୟନ୍ତରୀଣ ଅଞ୍ଚଳରେ ତୁଷାରପାତ
ଜି.ଉଦୟଗିରି, ୧୨/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ଶୁକ୍ରବାର...
ବଳଦକୁ ମାରି ଖାଇବା ରାଗରେ କଲରାପତରିଆକୁ ଦେଇଦେଲେ ବିଷ!
ବଣାଇ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡ ଅନ୍ତର୍ଗତ ତାମରା ବନାଞ୍ଚଳର କୁସୁମଡ଼ିହି ଖେସାରା ଜଙ୍ଗଲରେ ଏକ ପ୍ରାୟ ୧୨ ବର୍ଷ ବୟସ୍କ ମାଈ କଲରାପତରିଆ ବାଘର ମୃତ୍ୟୁ...
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ
ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...
ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି...
Archives


