ଚିତ୍ରଡା,୧୭ା୧(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ହଳଦୀପାଳ ପଞ୍ଚାୟତ ଅନ୍ତର୍ଗତ ସମାଇଡ଼ିହି ଗ୍ରାମ ଲୋଧା ସମ୍ପ୍ରଦାୟର ରାଧି ନାୟକଙ୍କ ଦୁଇ ଶିଶୁ କନ୍ୟାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି। ସେମାନଙ୍କ ଶରୀରରେ ପ୍ରଥମେ ଛୋଟଛୋଟ ଘା’ ହୋଇଥିବା ବେଳେ ଏବେ ତାହା ବଢିବାରେ ଲାଗିଛି। ଅର୍ଥାଭାବ ଯୋଗୁ ସେମାନଙ୍କର ଉପଯୁକ୍ତ ଚିକିତ୍ସା ହୋଇ ପାରୁ ନ ଥିବା ବେଳେ ପ୍ରଶାସନ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।
ଗୁରୁବାର ମଧ୍ୟାହ୍ନରେ ରାଧି ନାୟକ ଏବଂ ତାଙ୍କ ଶାଶୁ ମଞ୍ଜୁ ନାୟକ ପିଲା ଦୁଇଟିଙ୍କୁ ଧରି ଚିତ୍ରଡାସ୍ଥିତ ଡାକ୍ତରଖାନାକୁ ଆସିଥିଲେ। କିନ୍ତୁ ବର୍ହି ବିଭାଗ ବନ୍ଦ ହୋଇଯାଇଥିବାରୁ ସେମାନେ ଘରକୁ ଫେରିଯିବା ପାଇଁ ବସିଥିଲେ। ପରେ ଜଣେ ସ୍ବାସ୍ଥ୍ୟ କର୍ମୀ ସେମାନଙ୍କୁ କିଷାନତାଣ୍ଡି ହସ୍ପିଟାଲକୁ ନେଇଯିବା ପାଇଁ ସହାୟତା ଯୋଗାଇ ଦେଇଥିଲେ। ସାଙ୍ଗରେ ଯାଇଥିବା ଆଶା କର୍ମୀଙ୍କ ସହ ସେମାନେ କିଷାନତାଣ୍ଡି ଡାକ୍ତରଖାନାକୁ ଯାଇଥିଲେ। ସେଠାରେ ଡାକ୍ତର ପରୀକ୍ଷା କରି ପିଲା ଦୁଇଟିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବା ପାଇଁ କହିଥିଲେ। ମାତ୍ର ପାଖରେ ଅର୍ଥ ନ ଥିବାରୁ ଶାଶୁ ବୋହୂ ସରକାରୀ ଔଷଧ ଧରି ଘରକୁ ଫେରି ଆସିଥିଲେ। ଲୋଧା ସମ୍ପ୍ରଦାୟର ଉନ୍ନତି ପାଇଁ ଲୋଧା ଉନ୍ନୟନ ସଂସ୍ଥା ଓ ଶିଶୁମାନଙ୍କ ସୁରକ୍ଷା ଲାଗି ଶିଶୁ ବିକାଶ ସଂସ୍ଥା ଥିବା ବେଳେ ଉକ୍ତ ପରିବାରକୁ ସହାୟତା ମିଳି ପାରି ନ ଥିବା ମଞ୍ଜୁ ନାୟକ ଅଭିଯୋଗ କରିଛନ୍ତି। ଏହି ପରିବାରକୁ ସହାୟତା ଯୋଗାଇ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…
ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର
ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…
ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍, ଆଉ ତା’ପରେ…
କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…
ବସ୍ତା ରେଳ ଷ୍ଟେଶନ୍ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…
ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…
ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…
ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…
ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି
ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…
ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ
ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…
ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…
ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

