୨ ସେବା ସମବାୟ ସମିତିରେ ଖୋଲିଲା ଧାନମଣ୍ଡି: ଚାଷୀଙ୍କୁ ହଇରାଣ ନ କରିବାକୁ ନିର୍ଦ୍ଦେଶ

ବଡମ୍ବା,୧୯।୧୨(ଡି.ଏନ୍‌.ଏ): ବଡମ୍ବା ବ୍ଲକ୍‌ ଅନ୍ତର୍ଗତ ଗୋପପୁର ଓ ବଡମ୍ବା ସେବା ସମବାୟ ସମିତି ଆନୁକୂଲ୍ୟରେ ବୁଧବାର ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବଡମ୍ବା ଓ ଗୋପପୁରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥିଭାବେ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଯୋଗଦେଇଥିଲେ । ଚାଷୀଙ୍କୁ ନିୟୋଜିତ ମିଲର ଯେପରି ହଇରାଣ ନ କରିବ ସେଥିପ୍ରତି ଧ୍ୟାନ ଦେବାକୁ ମିଶ୍ର ବିଭାଗୀୟ ଅଧିକାରୀ ଓ କର୍ମକର୍ତ୍ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବଡମ୍ବାରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ବଡମ୍ବା ସେବା ସମବାୟ ସମିତି ସଭାପତି ମୁରଲୀଧର ମହାପାତ୍ର ପୌରୋହିତ୍ୟ କରିଥିଲେ । ସମ୍ମାନିତ ଅତିଥିଭାବେ ବ୍ଲକ୍‌ ଉପାଧ୍ୟକ୍ଷ ସଦାନନ୍ଦ ସ୍ବାଇଁ, ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ ରଘୁପତି ମହାନ୍ତି, ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ବଡମ୍ବା ଶାଖା ପରିଚାଳକ ବ୍ରଜବିହାରୀ ସାହୁ ଓ ସାମାଜିକ କର୍ମୀ ପ୍ରଦୀପ କୁମାର ସ୍ବାଇଁ ପ୍ରମୁଖ ଯୋଗଦେଇଥିଲେ। ବଡମ୍ବା ସେବା ସମବାୟ ସମିତି ସମ୍ପାଦକ କେଶବ ଚନ୍ଦ୍ର ତରାସିଆ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସମିତି ପୂର୍ବତନ ସଭାପତି ରବୀନ୍ଦ୍ର କିଶୋର ରଣା ଧନ୍ୟବାଦ ଅର୍ପଣ କରିଥିଲେ । ସେହିପରି ଗୋପପୁରରେ ଅନୁଷ୍ଠିତ ଧାନମଣ୍ଡି ଉତ୍ସବରେ ଗୋପପୁର ସେବା ସମବାୟ ସମିତି ସଭାପତି ନରସିଂହ ସାହୁ ପୌରୋହିତ୍ୟ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆତ୍ମା ସଭାପତି ସର୍ବେଶ୍ୱର ସ୍ବାଇଁ, ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା ଓ ପ୍ୟାରୀ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଗୋପପୁର ସେବା ସମବାୟ ସମ୍ପାଦକ ସୂର୍ଯ୍ୟମଣି ସାମନ୍ତରାୟଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ଏହାକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri