୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଦଳ ରବିବାର ମଧ୍ୟାହ୍ନରେ ବିଭିନ୍ନ ସ୍ଥାନରେ ରନ୍ଧ୍ୟା ଖାଦ୍ୟ ବାଂଟିଥିବା ଜଣାପଡ଼ିଛି । ମାଷ୍ଟର କ୍ୟାଂଟିନ୍ ବସ୍ ଷ୍ଟାଣ୍ଡ, ରଶୁଲଗଡ଼ ଫ୍‌ଳାଏ ଓଭର ତଳ ଦୁଇଟି ଟିମ୍ ଏହି କାର୍ଯ୍ୟ ଆରମ୍ଭ କରିଥିବା ବେଳେ ମୋଟ୍ ୨୦ ସ୍ଥାନରେ ଖାଦ୍ୟ ବଂଟାଯିବ ବୋଲି ବିଏମ୍‌ସି ପକ୍ଷରୁ ପ୍ରକାଶ ପାଇଛି । ସେହିପରି ବିଏମ୍‌ସି ଦ୍ୱାରା ଉଦ୍ଧାର କରାଯାଇଥିବା ଭୂମୀହିନ ଓ ଭିକାରୀଙ୍କୁ ତମାଣ୍ଡୋ ସ୍ଥିତ ଏସ୍‌ୟୁଏଚ୍‌ରେ ଥଇଥାନ କରାଯାଇ ରନ୍ଧା ଖାଦ୍ୟ ଦିଆଯାଉଥିବା ବେଳେ ଫ୍ଲାଏ ଓଭର ତଳେ ରହୁଥିବା ବାସହୀନଙ୍କୁ ଆହାର ଖାଦ୍ୟ ଦିଆଯାଉଛି । ପ୍ରତ୍ୟେହ ଦିନ ଏହି କାର୍ଯ୍ୟ ଜାରି ରହିଥିବା ବେଳେ କିପରି ଅଧିକରୁ ଅଧିକ ଲୋକେ ଏଥିରେ ଉପକୃତ ହୋଇପାରିବେ ସେନେଇ ପ୍ରଚେଷ୍ଟା ଜାରି ରହିଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri