୨ ହାତୀଙ୍କ ମୃତଦେହ ଠାବ: କାଟି ନେଲେ ଦାନ୍ତ ଓ ଶୁଣ୍ଢ

ଯୋଡା/କେନ୍ଦୁଝର,୧୪।୬(ଡି.ଏନ.ଏ.)(ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ସେକ୍ସନ ଅଧିନସ୍ଥ ବୈତରଣୀ ରିଜର୍ଭ ଫରେଷ୍ଟରେ ରବିବାର ଦୁଇଟି ହାତୀଙ୍କ ମୃତଦେହ ଠାବ କରାଯାଇଛି। ମୃତହାତୀଙ୍କ ମଧ୍ୟରେ ଗୋଟିଏ ମାଈ ଓ ଅନ୍ୟଟି ଦନ୍ତାହାତୀ ବୋଲି ଜଣାପଡିଛି। ଖବରପାଇ ଯୋଡା ବନପାଳ ପିଅନ ନାଏକଙ୍କ ସମେତ ବନକର୍ମଚାରୀ ଅପରାହ୍ନରେ ଘଟଣାସ୍ଥଳରେ ପହଞ୍ଚିଥିଲେ। ହାତୀ ମୃତ୍ୟୁର କାରଣ ଜଣାପଡ଼ି ନ ଥିବାବେଳେ ମୃତ ଦନ୍ତା ହାତୀର ଦାନ୍ତ କାଟି ନିଆଯାଇଛି। ସେହିପରି ମାଈ ହାତୀର ଶୁଣ୍ଢକୁ କାଟି ନିଆଯାଇଥିବା ବନପାଳ କହିଛନ୍ତି। ପ୍ରାଥମିକ ତଦନ୍ତରୁ ହାତୀଦ୍ୱୟଙ୍କୁ ହତ୍ୟା କରାଯାଇଥିବା ବନପାଳ ପିଅନ ସୂଚନା ଦେଇଛନ୍ତି। ସା ହୋଇଯାଇଥିବାରୁ ସୋମବାର ମୃତହାତୀଙ୍କ ବ୍ୟବଚ୍ଛେଦ କରାଯିବ ବୋଲି ଯୋଡା ବନପାଳ ପିଅନ ନାଏକ ସୂଚନା ଦେଇଛନ୍ତି। ଅନ୍ୟପଟେ କେନ୍ଦୁଝର ଏସଟିଏଫ ଅଶୋକ ସାମଲ, କେନ୍ଦୁଝର ଡିଏଫଓ ସନ୍ତୋଷ ଯୋଶୀ, ଚମ୍ପୁଆ ବନପାଳ କାଶିନାଥ ହେମ୍ବ୍ରମ ଅଧିକ ତଦନ୍ତ ପାଇଁ ଘଟଣାସ୍ଥଳ ଅଭିମୁଖେ ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଏଇ ଭାରତରେ

ଉତ୍ତରପ୍ରଦେଶ କାନପୁର, ପ୍ରୟାଗରାଜ ଓ ଫାରୁଖାବାଦର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ୧୦,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବାବେଳେ ସେଥିରୁ ୭୫ ପ୍ରତିଶତ ଗଛ ବଞ୍ଚାଇବାରେ ସଫଳ ହୋଇଛନ୍ତି ପିଲମାନେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri