Posted inଫୁରସତ

୨ ହାତୀ ହେଲେ ୬.୨୫ ଏକର ଜମିର ମାଲିକ

ପାଟନା, ୧୦।୬: ମଣିଷ ପ୍ରାଣୀଙ୍କ ମଧ୍ୟରେ ସମ୍ପର୍କ ବେଳେବେଳେ ଅତି ନିବିଡ଼ ହୋଇଯାଏ। ମଣିଷ ସେତେବେଳେ ପ୍ରାଣୀଙ୍କୁ ନିଜର ଅତି ନିଜର ପରିବାର ସଦସ୍ୟ ବୋଲି ଭାବିଥାଏ। ଏଭଳି ଏକ ଘଟଣା ବିହାରରେ ଘଟିଛି। ଏଠାରେ ଜଣେ ମାଲିକ ନିଜର ସମସ୍ତ ସମ୍ପତ୍ତି ୨ ହାତୀ ମୋତି ଏବଂ ରାଣୀଙ୍କ ନାମରେ କରିଦେଇଛନ୍ତି। ପାଟନାର ଫୁଲଓ୍ବାରି ଶରିଫ୍‌ ନିକଟରେ ଥିବା ଜାନିପୁର ଅଞ୍ଚଳର ୫୦ ବର୍ଷ ବୟସ୍କ ମହମ୍ମଦ ଅକତର ଇମାମ୍‌ ଏଭଳି କରିଛନ୍ତି। ଏବେ ମୋତିକୁ ୨୦ ବର୍ଷ ହୋଇଥିବାବେଳେ ରାଣୀକୁ ୧୫ ବର୍ଷ। ତାଙ୍କ ମୃତ୍ୟୁ ପରେ ହାତୀ ଦୁଇଟିର ରକ୍ଷାଣବେକ୍ଷଣ ଯେଭଳି ଭଲଭାବେ ହୋଇ ପାରିବ ସେଥିପାଇଁ ଅକତର ଏହା କରିଛନ୍ତି। ସେ ତାଙ୍କର ୬.୨୫ ଏକର ଜମି ହାତୀ ୨ଟିଙ୍କ ନାମରେ କରିଛନ୍ତି। ଅକତର ଏସିଆନ୍‌ ଏଲିଫାଣ୍ଟ୍‌ ରିହାବିଲିଟେଶନ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି। ଏହାସହିତ ବନ୍ୟପ୍ରାଣୀ ଟ୍ରଷ୍ଟ ଏନଜିଓର ମୁଖ୍ୟ ଭାବେ ସେ କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri