୨.୫ କିଲୋ ଗଞ୍ଜେଇ ସହ ବାଇକ୍‌ ଜବତ

ସଜନାଗଡ଼,୧୦।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ କାଂଶ ଅଞ୍ଚଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ନୀଳଗିରି ପୋଲିସ୍‌ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। କାଂଶ ଅଞ୍ଚଳ ମହାପାତ୍ରସାହି ଗ୍ରାମର ରବୀନ୍ଦ୍ର କୁମାର ମହାପାତ୍ର ନିଜ ବାଇକ୍‌ (ନଂ. ଓଡ଼ି୦୧ଏଇ-୮୮୦୭)ରେ ଅଢ଼େଇ କେଜି ଗଞ୍ଜେଇ ନେଇ ଘରୁ ବାହାରୁଥିବା ବେଳେ ପୋଲିସ୍‌ ହାତରେ ଧରାପଡିଥିଲେ। ପୋଲିସ୍‌ ତାଙ୍କୁ ଗରିଫ କରିବା ସହ ଅଢ଼େଇ କେଜି ଗଞ୍ଜେଇ ସମେତ ବାଇକ ଜବତ କରିଛି। ଅଭିଯୁକ୍ତ ଜଣକ ଗଞ୍ଜେଇ ବାଲେଶ୍ୱରର ବିଭିନ୍ନ ଦୋକାନୀକୁ ଯୋଗାଉଥିବା କହିଛନ୍ତି। ଏ ନେଇ ନୀଳଗିରି ଥାନାରେ ମାମଲା (ନଂ. ୧୮/୨୦) ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ନୀଳଗିରି ଏସ୍‌ଡିପିଓ ଅମୂଲ୍ୟ କୁମାର ଧରଙ୍କ ନିର୍ଦ୍ଦେଶରେ ନୀଳଗିରି ଥାନାର ଆଇଆଇସି ମୀନତି ବିଶ୍ୱାଳ, ସବ୍‌ଇନ୍ସପେକ୍ଟର ଗଣେଶ ତ୍ରିପାଠୀ, ସବ୍‌ଇନ୍ସପେକ୍ଟର ସସ୍ମିତା ମଲ୍ଲିକ, ସବ୍‌ଇନ୍ସପେକ୍ଟର ବାସୁଦେବ ଜୟସିଂ ସଦଳବଳେ ଚଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri