୨.୫ ଲକ୍ଷ ଗ୍ରାମପଞ୍ଚାୟତରେ ପହଞ୍ଚିବ ହାଇସ୍ପିଡ୍‌ ଇଣ୍ଟରନେଟ୍‌

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ସରକାର ଭାରତନେଟ୍‌ ପ୍ରକଳ୍ପ ଲାଗି ଅଦ୍ୟାବଧି ୨୦,୪୩୧ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏହି ଅର୍ଥ ବ୍ୟୟ କରି ଦେଶର ୨.୫ ଲକ୍ଷ ଗ୍ରାମ ପଞ୍ଚାୟତକୁ ହାଇସ୍ପିଡ୍‌ ବ୍ରଣ୍ଡବ୍ୟାଣ୍ଡ ନେଟ୍‌ଓ୍ବାର୍କ ସହ ଯୋଡାଯିବ ବୋଲି ସରକାର ପ୍ରକାଶ କରିଛନ୍ତି। ଟେଲିକମ୍‌ ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଗୁରୁବାର ରାଜ୍ୟ ସଭାରେ ଏକ ଲିଖିତ ଜବାବରେ କହିଛନ୍ତି ଯେ, ଦୁଇଟି ପର୍ଯ୍ୟାୟର ଭାରତନେଟ୍‌ ପ୍ରକଳ୍ପକୁ କାର୍ଯ୍ୟକାରୀ କରାଯାଉଛି। ଏଥିପାଇଁ ମୋଟ ୪୫ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ଏହି ପ୍ରକଳ୍ପ ଅଧୀନରେ ଦେଶର ୨.୫ ଲକ୍ଷ ଗ୍ରାମ ପଞ୍ଚାୟତକୁ ଓ୍ବାଇ-ଫାଇ ଅଥବା ଅନ୍ୟ କୌଣସି ଉଚିତ୍‌ ବ୍ରଡବ୍ରାଣ୍ଡ ଟେକ୍ନୋଲୋଜି,ଇଣ୍ଟରନେଟ ସେବା ସହ ଯୋଡାଯିବ। ଓ୍ବାଇ-ଫାଇ ଜରିଆରେ ଦେଶରେ ଜଣେ ଗ୍ରାହକ ହାରାହାରି ପ୍ରାୟ ୫୨ ଏମ୍‌ବି ଡାଟା ପ୍ରତି ମାସରେ ବ୍ୟବହାର କରିଥାଏ ବୋଲି ସେ କହିଛନ୍ତି। ୨୦୧୮ ଜୁଲାଇ ୪ ସୁଦ୍ଧା ଦେଶରେ ପ୍ରାୟ ୩,୪୫,୭୭୯ କିମି ଅପ୍ଟିକାଲ ଫାଇବର କେବଲ ବିଛା ଯାଇଛି। ଏହାଦ୍ୱାରା ୧,୩୧,୩୯୨ ଗ୍ରାମ ପଞ୍ଚାୟତକୁ ଯୋଡାଯାଇଛି। ଏଥିମଧ୍ୟରୁ ୧,୨୦,୫୬୨ ଗଁାରେ ଇଣ୍ଟରନେଟ୍‌ ସେବା ମିଳିବାକୁ ଯାଉଛି। ସେ କହିଛନ୍ତି ଯେ, ଭାରତନେଟ୍‌ ପ୍ରକଳ୍ପ ଅଧୀନରେ ସାଟେଲାଇଟ ମିଡିଆ ଜରିଆରେ ପ୍ରାୟ ୩୬୨୦ ଗ୍ରାମ ପଞ୍ଚାୟତକୁ ଯୋଡିବାର ଯୋଜନା ରହିଛି। ଏହି ଗଁାଗୁଡ଼ିକ ଅରୁଣାଚଳ ପ୍ରଦେଶ, ମେଘାଳୟ, ମଣିପୁର, ମିଜୋରାମ୍‌, ଝାଡ଼ଖଣ୍ଡ ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ରହିଛି। ଏହି ଗଁାଗୁଡ଼ିକୁ ଜିସାଟ୍‌-୧୧ ଜରିଆରେ ଇଣ୍ଟରନେଟ୍‌ ସଂଯୋଗ ଦିଆଯିବ ବୋଲି ପ୍ରସାଦ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri