୩ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ: ତାଲା ଭାଙ୍ଗି ସ୍କୁଲ କମିଟିକୁ ଦାୟିତ୍ୱ ଦେଲା ପ୍ରଶାସନ

ରଣପୁର,୭ା୩(ସ୍ବ.ପ୍ର.): ରଣପୁର ବ୍ଳକ ଚାନ୍ଦପୁରସ୍ଥିତ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୩ଦିନ ଧରି ମଧ୍ୟାହ୍ନଭୋଜନ ବନ୍ଦ ରହିଥିଲା। ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ ସଦସ୍ୟା ରୋଷେଇ ଘରେ ତାଲା ମାରିବା ପରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଅଭିଯୋଗ ପରେ ଶୁକ୍ରବାର ରଣପୁର ବିଇଓ ଉପେନ୍ଦ୍ର ନାଥ ସାହୁ, ଅତିରିକ୍ତ ତହସିଲଦାର ଅଶୋକ ପଟ୍ଟନାୟକ, ଚାନ୍ଦପୁର ଥାନା ଅଧିକାରୀ ଧନେଶ୍ୱର ନାହାକ ଓ ଅତିରିକ୍ତ ଶିକ୍ଷା ଅଧିକାରୀ ରତ୍ନାକର ପାଣି ପ୍ରମୁଖ ସ୍କୁଲରେ ପହଞ୍ଚି ରୋଷେଇ ଘରୁ ତାଲା ଭାଙ୍ଗିଥିଲେ। ଶନିବାରଠାରୁ ସ୍କୁଲ ପରିଚାଳନା କମିଟି ମଧ୍ୟାହ୍ନଭୋଜନ ଦେବ ବୋଲି ଅଧିକାରୀମାନେ କମିଟି କର୍ମକର୍ତ୍ତାଙ୍କ ସମ୍ମୁଖରେ ପ୍ରଧାନଶିକ୍ଷକଙ୍କୁ କହିଥିଲେ। ସୂଚନାଯୋଗ୍ୟ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ଅଧ୍ୟୟନ କରନ୍ତି। କିନ୍ତୁ ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ୧୩୦ରୁ ଊର୍ଦ୍ଧ୍ୱ ପିଲାଙ୍କୁ ମଧ୍ୟାହ୍ନଭୋଜନ ଦିଆଯାଉଛି। ଏଠାରେ ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀ କିଛି ବର୍ଷ ହେବ ମଧ୍ୟାହ୍ନଭୋଜନ ଦେଇଆସୁଥିଲା। ତେବେ ମଧ୍ୟାହ୍ନଭୋଜନର ମାନ ଠିକ୍‌ ରହୁ ନ ଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ଉଠିଥିଲା। ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ଅଭିଯୋଗକୁ ଭିତ୍ତି କରି ଗତ ୩ ତାରିଖରେ ସ୍କୁଲ ପରିଚାଳନା କମିଟିର ବୈଠକ ହୋଇଥିଲା। ଏଥିରେ ମଧ୍ୟାହ୍ନଭୋଜନର ମାନକୁ ନେଇ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା। ଏପରି କି ସ୍ବୟଂ ସହାୟିକା ଗୋଷ୍ଠୀକୁ ମଧ୍ୟାହ୍ନଭୋଜନରୁ ବାଦ୍‌ ଦେବାକୁ ରିଜୋଲୁଶନ କରାଯାଇଥିଲା। ଏଥିରେ ଉତ୍ତେଜିତ ହୋଇ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ ସଦସ୍ୟା ରୋଷେଇ ଘରେ ତାଲା ପକାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri