୩ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ, ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ଦାବିପତ୍ର

ପାଟପୁର,୨୨ା୫- ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ୩ ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡିଛି। ଫଳରେ ଗ୍ରାମବାସୀ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ପୋଖରୀ ଓ ଭଙ୍ଗା ନଳକୂପରୁ ପାଣି ସଂଗ୍ରହ କରି ବ୍ୟବହାର କରୁଛନ୍ତି। ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ୨୦୦ ପରିବାରରୁ ଉର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଏହି ଗ୍ରାମରେ ୩ ବର୍ଷ ତଳେ ୪୦ ହଜାର ଲିଟର ବିଶିଷ୍ଟ ଏକ ପାଣି ଟାଙ୍କି ନିର୍ମାଣ ହୋଇଥିଲା। ଉଦ୍‌ଘାଟନର ପ୍ରାୟ ୧୦ ଦିନ ପରେ ପାଇପ ଫାଟିଯିବା ସହ ପମ୍ପ ଅଚଳ ହୋଇଯାଇଥିଲା। ଏହାକୁ ସଜାଡିବାକୁ ଆଉ ସମ୍ପୃକ୍ତ ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେଲେନାହିଁ। ଗୁରୁବାର ଗ୍ରାମର ମନୋଜ କୁମାର ବିଷୋୟୀ, ଅଜିତ କୁମାର ବେହେରା, ରାମହରି ଗୌଡ଼, ବାବୁଲା ଗୌଡ଼, ସୁନୀଲ ବେହେରା ପ୍ରମୁଖ ସାନଖେମୁଣ୍ଡି ବ୍ଲକରେ ପହଞ୍ଚତ୍ ଗ୍ରାମ୍ୟଜଳ ଯୋଗାଣ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ଉପମା ଘଡ଼ାଇଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ତୁରନ୍ତ ଅଚଳ ପାନୀୟଜଳ ପ୍ରକଳ୍ପ ସଜାଡି ଗ୍ରାମରେ ଜଳ ଯୋଗାଣ ପାଇଁ ପ୍ରଶାସନ ପଦକ୍ଷେପ ନନେଲେ ଗ୍ରାମବାସୀ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି କହିଛନ୍ତି। ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି ମାସେ ମଧ୍ୟରେ ଏହାର ସମାଧାନ କରାଯିବ ବୋଲି ଯନ୍ତ୍ରୀ ଘଡାଇ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri