୩ରୁ ଆରମ୍ଭ ହେବ ନୀଳାଦ୍ରି ନିଳୟ ଯୋଜନା: ପୁରୀ ସହର ହେବ ଭିକାରିମୁକ୍ତ

ପୁରୀ ଅଫିସ,୨।୩: ପୁରୀ ସହର ଏବଂ ଏହାର ଆଖପାଖ ଅଞ୍ଚଳ ହେବ ଭିକାରିମୁକ୍ତ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନୀଳାଦ୍ରି ନିଳୟ ଯୋଜନା। ଏନେଇ ଜିଲାପାଳ ବଲୱନ୍ତ ସିଂ ରବିବାର ସଂସ୍କୃତି ଭବନରେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ଓ ସରକାରୀ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଯୋଜନା କାର୍ଯ୍ୟକାରିତା ସମୟରେ ସମ୍ବେଦନଶୀଳ ଓ ଧୈର୍ଯ୍ୟ ରଖି ଏହି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।
ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ସଶକ୍ତୀକରଣ ଓ ସାମାଜିକ ସୁରକ୍ଷା ବିଭାଗ ସହାୟତାରେ ଆରମ୍ଭ ହେବାକୁ ଥିବା ଏହି ଯୋଜନାରେ ପୁରୀ ଜିଲାର ବିଭିନ୍ନ ସ୍ଥାନରେ ୮ ନୀଳାଦ୍ରି ନିଳୟ (ଭିକାରି ପୁନର୍ବାସ ଗୃହ) କାର୍ଯ୍ୟ କରିବ। ପ୍ରତ୍ୟେକ ଗୃହରେ ୫୦ଜଣ ଭିକାରିଙ୍କ ରହିବା, ଖାଇବା ସହିତ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରାଇ ଆଣିବା ଲାଗି ବ୍ୟବସ୍ଥା ରହିବ। ଏପରି କି ସେମାନଙ୍କ ପରିବାର ସହିତ ଯୋଗାଯୋଗ କରି ପୁନଃ ଥଇଥାନର ବ୍ୟବସ୍ଥା କରାଯିବ। ଭିକାରିମାନଙ୍କୁ କାଉନ୍‌ସେଲିଂ କରି ସେମାନଙ୍କୁ ନୀଳାଦ୍ରି ନିଳୟକୁ ପଠାଇବାର ବ୍ୟବସ୍ଥା କରାଯିବ। ଭିକାରିଙ୍କ ମଧ୍ୟରେ ଥିବା ଦିବ୍ୟାଙ୍ଗ, ମାନସିକ ଅନଗ୍ରସର, ବୟସ୍କ, ରୋଗୀ ଆଦିଙ୍କ ପାଇଁ ସ୍ବତନ୍ତ୍ର ଗୃହ କାର୍ଯ୍ୟ କରିବ। ଆସନ୍ତା ୩ ତାରିଖରୁ ପ୍ରଫୁଲ୍ଲ ଯୋଜନା(ଦିବ୍ୟାଙ୍ଗଙ୍କ କଲ୍ୟାଣ ପାଇଁ ଉଦ୍ଦିଷ୍ଟ)ର ପରାମର୍ଶଦାତାଙ୍କ ତଦାରଖରେ ପୌରସଂସ୍ଥାର ୪ଜଣ କମ୍ୟୁନିଟି ଅର୍ଗାନାଇଜର ଏବଂ ଏହି କାର୍ଯ୍ୟ ଲାଗି ଜିଲା ପ୍ରଶାସନ ସହିତ ସହବନ୍ଧିତ ସ୍ବେଚ୍ଛାସେବୀ ସଙ୍ଗଠନଗୁଡ଼ିକର ମିଳିତ ଟିମ୍‌ ଭିକାରିଙ୍କୁ କାଉନ୍‌ସେଲିଂ କରି ସେମାନଙ୍କ ପୁନର୍ବାସର ବ୍ୟବସ୍ଥା କରିବେ। ଏହାକୁ ଠିକ୍‌ ଭାବେ ପରିଚାଳନା କରିବା ପାଇଁ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ପ୍ରସନ୍ନ କୁମାର ପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହା ଏକ ବୃହତ୍‌ ଓ ସମ୍ବେଦନଶୀଳ ଯୋଜନା ହୋଇଥିବାରୁ ସ୍ଥାନୀୟ ବାସିନ୍ଦା, ପୋଲିସର ସହାୟତା ନିଆଯିବ ବୋଲି ଜିଲା ସାମାଜିକ ସୁରକ୍ଷା ଅଧିକାରୀ ତ୍ରିନାଥ ପାଢ଼ୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri