୩ରେ ଦ୍ୱିତୀୟ ଦଧୀଚି ପ୍ରତିଭା ସମ୍ମାନ: ଭିନ୍ନ ଭିନ୍ନ କ୍ଷେତ୍ରରୁ ୧୧ ଜଣଙ୍କୁ ଦିଆଯିବ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଦଧୀଚି ଏଜୁକେଶନାଲ ଟ୍ରଷ୍ଟ ‘ଦ୍ୱିତୀୟ ଦଧୀଚି ପ୍ରତିଭା ସମ୍ମାନ-୨୦୧୯’ ଆସନ୍ତା ୩ ତାରିଖରେ ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହେବ। ଅନୁଷ୍ଠାନର ପ୍ରତିଷ୍ଠା ଦିବସ ଅବସରରେ ଏହି ସମ୍ମାନ ପ୍ରଦାନ କାର୍ଯ୍ୟକ୍ରମ ହେବାକୁ ଥିବା ବେଳେ ଏହି ଅବସରରେ ଭିନ୍ନ ଭିନ୍ନ କ୍ଷେତ୍ରରେ ନିଜର ପାରିଦର୍ଶିତା ହାସଲ କରିପାରିଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରାଯିବ ବୋଲି ଶନିବାର ଅନୁଷ୍ଠାନ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ କୁହାଯାଇଛି।

କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ (ଦଧୀଚି ଶିକ୍ଷା ଜ୍ୟୋତି ସମ୍ମାନ), ଏମ୍ସର୍‌ ଏନ୍‌ଥେସିଓଲୋଜି ବିଭାଗୀୟ ମୁଖ୍ୟ ତଥା ପ୍ରଫେସର ଡା. ସୁକଦେବ ନାୟକ (ଦଧୀଚି ଚିକିତ୍ସା ଜ୍ୟୋତି ସମ୍ମାନ), ବିଶିଷ୍ଟ ଉଦ୍ୟୋଗପତି ତଥା ରୁଚିର ପରିଚାଳନା ନିର୍ଦ୍ଦେଶକ ଶରତ କୁମାର ସାହୁ (ଦଧୀଚି ଶିଳ୍ପ ଜ୍ୟୋତି ସମ୍ମାନ) ଏବଂ ବୈଜ୍ଞାନିକ ତଥା ଆଇ.ଟି.ଆର. ଚାନ୍ଦିପୁରର ନିର୍ଦ୍ଦେଶକ ବିନୟ କୁମାର ଦାସଙ୍କୁ (ଦଧୀଚି ବିଜ୍ଞାନ ଜ୍ୟୋତି ସମ୍ମାନ) ସମ୍ମାନିତ କରାଯିବା ସହ ଅନ୍ୟ ୭ ଜଣଙ୍କୁ ବିଭିନ୍ନ କ୍ଷେତ୍ର ଲାଗି ସମ୍ବର୍ଦ୍ଧନା ଦିଆଯିବ। କାର୍ଯ୍ୟକ୍ରମରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଜଳ ସମ୍ପଦ ତଥା ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେବେ ବୋଲି ସହମତି ପ୍ରକାଶ କରିଛନ୍ତି। ସମ୍ମିଳନୀରେ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡ. ମନୋଜ କୁମାର ଦାଶ, ପରିଚାଳନା ଟ୍ରଷ୍ଟି ବବିତା ଦାଶ, ଉପଦେଷ୍ଟା ପଣ୍ଡିତ ମାତୃ ପ୍ରସାଦ ମିଶ୍ର, ନିର୍ଦ୍ଦେଶକ ପ୍ରଶାନ୍ତ ପାଢୀ, ନିର୍ଦ୍ଦେଶକ ବାସୁଦେବ ବିଶ୍ୱାଳ, ନିର୍ଦ୍ଦେଶକ ସୀମାଞ୍ଚଳ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

ପାଠ୍ୟପୁସ୍ତକ ତ୍ରୁଟି: ଆସନ୍ତାବର୍ଷକୁ ଆଉ ଭୁଲ୍‌ ହେବନି କହିଲେ SCERT ନିର୍ଦ୍ଦେଶିକା

ଭୁବନେଶ୍ୱର,୧୮ା୬: ପାଠ୍ୟ ପୁସ୍ତକ ତ୍ରୁଟିକୁ ନେଇ SCERT ନିର୍ଦ୍ଦେଶିକା କହିଛନ୍ତି ଏଥର ଭୁଲ୍‌ ହୋଇଯାଇଛି। ଆସନ୍ତା ବର୍ଷକୁ ଭୁଲ ହେବନି ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନିର୍ଦ୍ଦେଶିକା। ଡିଇଓମାନଙ୍କୁ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଜାଣନ୍ତୁ କେଉଁଠି କ’ଣ ରହିଛି କାର୍ଯ୍ୟସୂଚୀ…

ଭୁବନେଶ୍ୱର,୧୮ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅପରାହ୍ନରେ ରାଷ୍ଟ୍ରପତି ଓଡ଼ିଶାରେ ପହଞ୍ଚିବେ। କାଲି ଅପରାହ୍ନ ୩ଟା ୪୫ରେ ଦାଣ୍ଡବୋଷ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri