୩ୟ ନୂଆପଡା ପ୍ରିମିୟର ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟନୀ ମ୍ୟାଚ୍‌ରେ ଖଡ଼ିଆଳ, ନୂଆପଡ଼ା ବିଜୟୀ

ନୂଆପଡା ଅଫିସ,୨୯ା୮: ସ୍ଥାନୀୟ ମିନିଷ୍ଟାଡିୟମରେ ନୂଆପଡା ଫୁଟବଲ ଆସୋସିଏଶନ ପକ୍ଷରୁ ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚରେ ଖଡିଆଳ ଏବଂ ନୂଆପଡା ଦଳ ବିଜୟୀ ହୋଇ ପରବର୍ତ୍ତୀ ପର୍ଯ୍ୟୟକୁ ଉନ୍ନୀତ ହୋଇଛନ୍ତି। ପ୍ରଥମ ମ୍ୟାଚ ଖଡିଆଳ ଏବଂ ଖରିଆରରୋଡ ମଧ୍ୟରେ ହୋଇଥିଲା। ଏଥିରେ ଖଡିଆଳ ଦଳ ୧-୦ ଗୋଲରେ ବିଜୟୀ ହୋଇଥିଲା। ଦ୍ୱିତୀୟ ମ୍ୟାଚ ପାତଳ ଗଙ୍ଗା ବୋଡେନ ଏବଂ ପ୍ଲେବଏ ନୂଆପଡା ମଧ୍ୟରେ ହୋଇଥିଲା। ଟ୍ରାଇବେକରରେ ନୂଆପଡା ଦଳ ୧-୦ ଗୋଲରେ ବିଜୟୀ ହୋଇଥିଲା। ଟୁର୍ନାମେଣ୍ଟକୁ ପରିଚାଳନା କମିଟି ତରଫରୁ ରାଜୁ ମହାନ୍ତି, ଧନୀ ନାଗ, ଅନୀଲ ଦାସ, ସତ୍ୟ ପଟେଲ ପ୍ରମୁଖ ପରିଚାଳନା କରୁଥିଲେ। ରେଫରୀ ଭାବେ ହରିହର ସାହୁ, ବଳରାମ କଲାର, ସତ୍ୟାନନ୍ଦ ମାଝି, ଗୁଡୁ ଛତ୍ରିଆ ପ୍ରମଖ ସହାୟତା କରୁଛନ୍ତି । ଅପରାହ୍ନ ସାଢେ ୪ଟାରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀ, ବିଶେଷ ଅତିଥି ଜିଲା ପରିଷଦ ଅଧ୍ୟକ୍ଷା ନମିତା ସାହୁ , ରାଜ୍ୟ କ୍ରିକେଟ ଆସୋସିଏଶନ ଉପସଭାପତି ସରୋଜ କୁମାର ସାହୁ, ପ୍ରକାଶ ସାହୁ, ସଞ୍ଜୁ ପୁରୋହିତ, ରାଜେଶ ନିଗମ, ଟୁଲୁ ପାଢୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri