୩ୟ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ ଚିନ୍ତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଓଡ଼ିଶାରେ ୩ୟ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପ୍ରକାଶ ପାଇଛି। ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରର ହୋଇଥିବାବେଳେ ସେ ସର୍ବାଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି। ସେମାନେ ହେଲେ ପରିବାର ସଦସ୍ୟ, ସମ୍ପର୍କୀୟ, ବିମାନ ଯାତ୍ରୀ, ବିଧାନସଭା ଡିସ୍‌ପେନ୍‌ସାରି, କ୍ୟାପିଟାଲ ହସ୍ପିଟାଲ ଓ ଘରୋଇ କ୍ଲିନିକ୍‌ର ଡାକ୍ତର, ନର୍ସ, ରୋଗୀ ଏବଂ ବିଧାନସଭାର ଜଣେ କର୍ମଚାରୀ। ଏମାନଙ୍କ ସଂସ୍ପର୍ଶରେ ମଧ୍ୟ ଅନେକ ଆସିଥିବେ। ତେଣୁ ସମସ୍ତଙ୍କୁ ଠାବ କରିବା ସେତେଟା ସହଜ ନ ଥିବାରୁ ସଂକ୍ରମଣ ସମ୍ଭାବନା ଚିନ୍ତା ବଢ଼ାଇଛି। ଅନ୍ୟପକ୍ଷରେ ଶୁକ୍ରବାର ଅପରାହ୍ନ ୧ଟା ସୁଦ୍ଧା ଓଡ଼ିଶାରେ ମୋଟ ୨୫୬ ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଛି। ସେଥିମଧ୍ୟରୁ ୧୮୯ ନମୁନାର ରିପୋର୍ଟ ହସ୍ତଗତ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩ ଛୁଇଁଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ପୂର୍ବରୁ ସଂକ୍ରମିତ ୨ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର ରହିଛି। ଉଭୟ ହସ୍ପିଟାଲ୍‌ରେ ଦିଆଯାଉଥିବା ଖାଦ୍ୟ ଖାଉଛନ୍ତି। ଗୁରୁବାର ଚିହ୍ନଟ ତୃତୀୟ ପଜିଟିଭ୍‌ ରୋଗୀ ଏବେ ଚିକିତ୍ସାଧୀନ ଅଛନ୍ତି। ସେ ମଧ୍ୟ ସାଧାରଣ ଖାଦ୍ୟ ଖାଉଥିବା ବିଭାଗ ସୂଚନା ଦେଇଛି। ତେବେ ପ୍ରଥମ ୨ ପଜିଟିଭ୍‌ ଚିହ୍ନଟଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୫ଜଣ ଆସିଥିବା ତଥ୍ୟ ମିଳିଛି। ସମସ୍ତଙ୍କ ସହ ଯୋଗାଯୋଗ ହୋଇସାରିଥିବାବେଳେ ୩୭ଜଣଙ୍କୁ ଡାକ୍ତରଖାନା ଆଇସୋଲେଶନରେ ରଖାଯାଇଛି। ଇତିମଧ୍ୟରେ କେତେଜଣଙ୍କୁ ଆଇସୋଲେଶନରୁ ଛାଡ଼ି ଦିଆଯାଇଥିବା ସୂଚନା ମିଳିଛି। ଏପଟେ ତୃତୀୟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଏବେ ଠାବ କରାଯାଉଛି। ସମସ୍ତଙ୍କୁ ଚିହ୍ନଟ ପାଇଁ ସ୍ବତନ୍ତ୍ର ମନିଟରିଂ ଟିମ୍‌ ଲାଗିପଡିଛି। ରାଜଧାନୀରେ ୧୦ ଟିମ୍‌ କାର୍ଯ୍ୟ କରୁଥିବାବେଳେ ରାଜ୍ୟରେ ମୋଟ ୧୦୦ ଟିମ୍‌ ନିୟୋଜିତ ରହିଛି। ବାହାର ରାଜ୍ୟ ଓ ବିଦେଶରୁ ଫେରିଥିବା ସନ୍ଦିଗ୍ଧଙ୍କୁ ଖୋଜାଚାଲିଛି। ଖୁବ୍‌ଶୀଘ୍ର ସମସ୍ତଙ୍କୁ ଚିହ୍ନଟ କରାଯାଇ ଆଇସୋଲେଶନରେ ରଖାଯିବ ବୋଲି କୁହାଯାଇଛି। ସେହିଭଳି ବର୍ତ୍ତମାନ ସୁଦ୍ଧା ବିଦେଶରୁ ଆସିଥିବା ମୋଟ ୪୪୯୫ଜଣ ହେଲ୍ପଲାଇନ୍‌ ନଂ.୧୦୪ ଓ ପୋର୍ଟାଲ୍‌ ଜରିଆରେ ପଞ୍ଜୀକରଣ କରିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri