୩୦ରେ ଲଘୁଚାପ, ବାତ୍ୟା ଆଶଙ୍କା

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଓଡ଼ିଶାକୁ ଆଉଏକ ବଡ଼ ବର୍ଷା ଆସୁଛି। ଏଥିସହ ବାତ୍ୟାର ଆଶଙ୍କା ବି ଦୃଢ଼ୀଭୂତ ହେବାରେ ଲାଗିଛି। ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ଘନିଭୂତ ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହି ଲଘୁଚାପ ଫଳରେ ଓଡ଼ିଶାରେ ୨ ତାରିଖରୁ ବର୍ଷା ଆରମ୍ଭ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ରବିବାର ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଡିସେମ୍ବର ୨ ବେଳକୁ ଅବପାତରେ ପରିଣତ ହେବ। ଓଡ଼ିଶାର କେଉଁ ଜିଲା ଓ କେଉଁ ଅଞ୍ଚଳରେ ଅଧିକ ବର୍ଷା ହେବ ଏବଂ ବାତ୍ୟାର ସ୍ଥିତି କ’ଣ ରହିବ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସେସବୁ ସ୍ପଷ୍ଟ ହେବ। ତେବେ ନିର୍ଦ୍ଦିଷ୍ଟ ଭାବେ ବାତ୍ୟାର ପ୍ରଭାବ କେଉଁଠି ପଡ଼ିବ ତାହା ଏବେଠୁ କହି ହେବ ନାହିଁ। ଲଘୁଚାପ ପ୍ରଭାବରେ ନଭେମ୍ବର ୩୦ରୁ ଡିସେମ୍ବର ୨ ପର୍ଯ୍ୟନ୍ତ ଆଣ୍ଡାମାନ ସାଗର ଓ ଏହାର ନିକଟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଶାନ୍ତ ରହିବ। ସେହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କି.ମି. ରହିବ। ସେହିଭଳି ଏହା ଯେତେବେଳେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରକୁ ଆସିବ, ସେତେବେଳେ ଅର୍ଥାତ୍‌ ଡିସେମ୍ବର ୨ରୁ ୫ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟ ଉତ୍ତର ବଙ୍ଗୋପସାଗର, ଆନ୍ଧ୍ର ଉପକୂଳ ଏବଂ ଓଡ଼ିଶା ଉପକୂଳ ନିକଟ ସମୁଦ୍ର ଅଶାନ୍ତ ରହିବ। ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ର ଭିତରକୁ ଯାଇଛନ୍ତି, ସେମାନେ ୨ ତାରିଖ ସୁଦ୍ଧା ଫେରି ଆସିବା ପାଇଁ କୁହାଯାଇଛି।
ଅପରପକ୍ଷେ ସମ୍ଭାବ୍ୟ ଲଘୁଚାପଜନିତ ସ୍ଥିତିକୁ ନେଇ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ସବୁ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସମେତ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନାଗିରି, କୋରାପୁଟ ଓ ରାୟଗଡ଼ାର କେତେକ ସ୍ଥାନରେ ଅଧିକ ବର୍ଷା ହେବ ବୋଲି କୁହାଯାଇଛି। ତେବେ ବାତ୍ୟା ଓ ବର୍ଷା ନେଇ ସୂଚନା ପାଇବା ପରେ ଚାଷୀଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ବିଲରେ ପାଚିଲା ଧାନ ଠିଆ ହୋଇଛି। ଚାଷୀ ଅମଳ କରିବାକୁ ଅପେକ୍ଷା କରି ବସିଥିବାବେଳେ ବାତ୍ୟା ଓ ବର୍ଷା ହେଲେ ସବୁ ଫସଲ ନଷ୍ଟ ହୋଇଯିବ। ତେଣୁ ଏହି ଆଶଙ୍କାରେ ଚାଷୀ ଏବେ ଚିନ୍ତାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri