୩୦ ଗ୍ରାମ ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୨୨ା୧: ପୁରୀ ଅବକାରୀ ପୋଲିସ ସାକ୍ଷୀଗୋପାଳ ବସଷ୍ଟାଣ୍ଡ ନିକଟରୁ ଜଣେ ଯୁବକଙ୍କୁ ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ଗିରଫ କରିଛି। ସେ ହେଲେ ଡେଲାଙ୍ଗ ଥାନା ଅଞ୍ଚଳର ସେବକ ସାହୁପଡ଼ାର ଗଗନ ସାହୁ (୨୭)। ତାଙ୍କଠାରୁ ୩୦ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୩ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଗଗନ ଭୁବନେଶ୍ୱର ପଟୁ ବସ୍‌ରେ ଆସି ସାକ୍ଷୀଗୋପାଳ ବସ୍‌ଷ୍ଟାଣ୍ଡରେ ଓହ୍ଲାଇ କିଛି ଦୂରରେ ରାସ୍ତାକଡରେ ବ୍ରାଉନସୁଗାର ବିକ୍ରି ପାଇଁ ଗ୍ରାହକଙ୍କୁ ଅପେକ୍ଷା କରିଥିଲେ। କୌଣସି ସୂତ୍ରରୁ ଏହି ଖବର ପାଇ ପୂର୍ବରୁ ଛକିଥିବା ପୁରୀ ଅବକାରୀ ପୋଲିସ ଗ୍ରାହକ ସାଜି ତାଙ୍କ ନିକଟରେ ପହଞ୍ଚତ୍ ତାଙ୍କୁ କାବୁ କରିଥିଲେ। ଏସ୍‌ଆଇ ପ୍ରକାଶ ଚନ୍ଦ୍ର ସାହୁ, ସଦର ଥାନା ଭାରପ୍ରାପ୍ତ ଅଧିକାରୀ ମୁରଲୀଧର ସାହୁ, ଏଏସ୍‌ଆଇ ମହେଶ୍ୱର ମହାନ୍ତି, କନଷ୍ଟେବଳ ଲକ୍ଷ୍ମୀଧର ସାହୁ ପ୍ରମୁଖ ଏହି ଚଢାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri