୩୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୨୮ା୪: ପ୍ରାଣଘାତୀ କରୋନାରେ ୨୧୦ ଦେଶରେ ମୋଟ ୨.୦୮ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ସଂକ୍ରମିତଙ୍କ ସଂଖ୍ୟା ୩୦ ଲକ୍ଷ ଟପିଥିବା ବେଳେ ଆମେରିକା, ସ୍ପେନ୍‌, ଇଟାଲୀ, ଫ୍ରାନ୍ସ, ଜର୍ମାନୀ ଓ ବ୍ରିଟେନ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଯଦିଓ ସୋମବାର ସୁଦ୍ଧା ବିଶ୍ୱରେ ପ୍ରାୟ ୮ ଲକ୍ଷ ୯୦ ହଜାର ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି, ତଥାପି କ୍ରମବର୍ଦ୍ଧିଷ୍ଣୁ ନୂଆ ରୋଗୀଙ୍କ ସଂଖ୍ୟା ହୋସ୍‌ ଉଡ଼ାଇ ଦେଉଛି। ଆମେରିକା ସଂକ୍ରମଣ ଦ୍ୱାରା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୯.୯୦ ଲକ୍ଷରୁ ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୫୫,୫୦୦ ଟପିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ପ୍ରାୟ ୩ ହଜାର ନୂଆ ରୋଗୀ ଚିହ୍ନଟ ହୋଇଛନ୍ତିି। ପୋକମାଛି ଭଳି ଏହି ବିତ୍ତଶାଳୀ ଦେଶରେ ଲୋକଙ୍କ ଜୀବନ ଯାଉଛି। ଖାଲି ସେତିକି ନୁହେଁ, ଏହି ରୋଗର ଚିକିତ୍ସା ଲାଗି ସେଭଳି ଫଳପ୍ରଦ ଔଷଧ ଏପର୍ଯ୍ୟନ୍ତ ବାହାରି ନ ଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସ୍ପେନ୍‌ରେ ଏବେ ୨.୨୯ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ଥିବାବେଳେ ମୃତ୍ୟୁମୁଖରେ ପଡ଼ିଲେଣି ୨୩,୫୨୧ ବ୍ୟକ୍ତି। ଇଟାଲୀରେ ୨୬,୬୫୦ ବ୍ୟକ୍ତି ପ୍ରାଣ ହରାଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୧.୯୭ ଲକ୍ଷ ଟପିଛି। ଫ୍ରାନ୍ସରେ ୧.୬୨ ଲକ୍ଷରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଥିବାବେଳେ ୨୨,୮୫୬ ଜଣଙ୍କ ଜୀବନ ଗଲାଣି। ଜର୍ମାନୀରେ ସୋମବାର ସୁଦ୍ଧା ୧.୫୮ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଥିବାବେଳେ ପ୍ରାୟ ୬ ହଜାର ଲୋକ ପ୍ରାଣ ହରାଇଥିବା ଜଣାପଡ଼ିଛି। ବ୍ରିଟେନରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୨୦,୭୩୨ରେ ପହଞ୍ଚିଛି। ଅନ୍ୟ ପ୍ରମୁଖ ଦେଶ ମଧ୍ୟରେ ଇରାନରେ ୫,୮୦୬, ଚାଇନାରେ ୪,୬୩୩, ତୁର୍କୀରେ ୨,୮୦୫, ବ୍ରାଜିଲରେ ୪,୨୯୮, ବେଲଜିୟମରେ ୭,୨୦୭, ନେଦରଲାଣ୍ଡ୍ସରେ ୪, ୫୧୮, ସ୍ବିଡେନରେ ୨, ୨୭୪, ମେକ୍ସିକୋରେ ୧,୩୫୧, କାନାଡାରେ ୨,୬୧୭ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହି ମହାମାରୀ ଭୂତାଣୁଠାରୁ ବର୍ତ୍ତିବା ଲାଗି ସାମାଜିକ ଦୂରତା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri