୩୧ରୁ ବରଗଡ଼ ଧନୁଯାତ୍ରା: କଳାକାରଙ୍କ ରିହର୍ସାଲ ଆରମ୍ଭ

ବରଗଡ଼ ଅଫିସ,୧୭।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୩୧ ତାରିଖରେ ଆରମ୍ଭ ହେବ। ଏହା ଦୀର୍ଘ ୧୧ଦିନ ଧରି ୨୦୨୦ ଜାନୁୟାରୀ ମାସ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବଧିରେ ବରଗଡ଼ ମଥୁରାନଗରୀ ଓ ଅମ୍ବାପାଲି ଗୋପପୁର ପାଲଟିବ। ବରଗଡ଼ ଓ ଅମ୍ବାପାଲି ମଝିରେ ବହି ଯାଇଥିବା ଜୀରାନଦୀ ପାଲଟିବ ଯମୁନା। ଗୋଟିଏ ପଟେ କଂସ ରାଜୁତିରେ ମଥୁରାନଗରୀ ଥରହର ଏବଂ ଅନ୍ୟପଟେ ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳାରେ ଗୋପପୁରରେ ଆଧ୍ୟାତ୍ମିକ ଜାଗି ଉଠି ୧୧ଦିନ ବ୍ୟାପୀ ବରଗଡ଼ ଓ ଅମ୍ବାପାଲି ଦ୍ବାପର ଯୁଗକୁ ଫେରିଯିବ। ଏହି କ୍ରମରେ ଏଥର ଧନୁଯାତ୍ରାକୁ ଅଭିନୟ କ୍ଷେତ୍ରରେ ଅନ୍ୟବର୍ଷ ଅପେକ୍ଷା ଅଧିକ ଆକର୍ଷଣୀୟ କରିବା ପାଇଁ ମଙ୍ଗଳବାରରୁ ସ୍ଥାନୀୟ ଗାନ୍ଧୀଛକ କଲ୍ୟାଣ ମଣ୍ଡପ ପରିସରରେ କଳାକାରଙ୍କ ରିହର୍ସାଲ ତଥା ପୂର୍ବାଭ୍ୟାସ ଆରମ୍ଭ ହୋଇଛି। ଧନୁଯାତ୍ରା କଳାକାର ଉପଦେଷ୍ଟା ସମନ୍ବୟ କମିଟିର ଆବାହକ ତଥା ଅତିରିକ୍ତ ଜିଲାପାଳ ମିର୍ଧା ଟପ୍ପୋ ରିହର୍ସାଲ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri