୩୧ରେ ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ

ଭୁବନେଶ୍ୱର, ୨୮।୩ (ବ୍ୟୁରୋ):ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ସକାଳୁ ଦ୍ୱିପ୍ରହର ଯାଏ ଖରା ଓ ଅପରାହ୍ନରୁ କଳାବୈଶାଖୀ ବର୍ଷା ଜାରି ରହିଛି। ସୋମବାର ଖୋର୍ଦ୍ଧା, କଟକ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କୋରାପୁଟ ଓ ନୟାଗଡ଼ ଆଦି ଜିଲାରେ କାଳବୈଶାଖୀ ବର୍ଷା ହୋଇଛି। ପାରଳାଖେମୁଣ୍ଡିରେ ସର୍ବାଧିକ ୩୨ ମିମି ବର୍ଷା ହୋଇଥିବାବେଳେ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ରେକର୍ଡ କରାଯାଇଛି। ତାପମାତ୍ରା ସ୍ବାଭାବିକରୁ ୨ରୁ ୩ ଡିଗ୍ରୀ ଅଧିକ ରହୁଛି। ୨ ତାରିଖ ଯାଏ ରାଜ୍ୟରେ ଏପରି ପାଗ ଲାଗି ରହିବ। ତେବେ ଆସନ୍ତା ୨୯ ତାରିଖରେ ଆଉଏକ ପଶ୍ଚିମା ଝଡ଼ ଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବେଶ କରିବ। ଓଡ଼ିଶା ସମେତ ତେଲଙ୍ଗାନା, ଆନ୍ଧ୍ର, ଝାଡ଼ଖଣ୍ଡ, ଛତିଶଗଡ଼, କର୍ନାଟକ, ପଶ୍ଚିମବଙ୍ଗ, ବିହାର ଓ ଉତ୍ତର ପୂର୍ବ ଭାରତର ପ୍ରାୟ ସମସ୍ତ ରାଜ୍ୟରେ ୨୯ ତାରିଖ ରାତିରୁ ଏହାର ପ୍ରଭାବ ଦେଖିବାକୁ ମିଳିବ। କିନ୍ତୁ ୩୧ ତାରିଖରେ ଓଡ଼ିଶାରେ ଏହାର ସର୍ବାଧିକ ପ୍ରଭାବ ନଜରକୁ ଆସିବ। ତେଣୁ ଏନେଇ ୧୭ ଜିଲାକୁ ଓ୍ବାର୍ନିଂ ଦିଆଯାଇଛି। ୫ ଜିଲାରେ ବର୍ଷାର ପରିମାଣ ୭ରୁ ୧୧ ସେଣ୍ଟିମିଟର ଯାଏ ରହିପାରେ। ବର୍ତ୍ତମାନ ବାୟୁମଣ୍ଡଳର ଉପରସ୍ତରରେ ବାୟୁ ପ୍ରବାହ ଉଷ୍ଣ ରହିଛି। ତେବେ ବଙ୍ଗୋପସାଗରରୁ ଉପକୂଳକୁ ଥଣ୍ଡା ପବନ ପ୍ରବାହିତ ହେଉଥିବାରୁ ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବ ଦେଖିବାକୁ ମିଳୁଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଅନ୍ୟପକ୍ଷରେ ମଙ୍ଗଳବାର ରାଜ୍ୟର ୧୦ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିଲାଗି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, ନୟାଗଡ଼, ଅନୁଗୋଳ, ଢ଼େଙ୍କାନାଳ, କଟକ ଓ ଯାଜପୁରକୁ ୟେଲୋ ୱାର୍ନିଂ ଜାରି ହୋଇଛି। ବର୍ତ୍ତମାନ ରାଜ୍ୟ ପାଣିପାଗରେ କିଛି ବିଶେଷ ପରିବର୍ତ୍ତନ ନାହିଁ। ଦିନର ସର୍ବାଧିକ ତାପମାତ୍ରା ୩୬ରୁ ୩୮ ଡିଗ୍ରୀ ମଧ୍ୟରେ ଓ ସର୍ବନିମ୍ନ ତାପମାତ୍ରା ୨୨ରୁ ୨୬ ଡିଗ୍ରୀ ମଧ୍ୟରେ ରହିବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସୂଚନାଥାଉ କି, ଗତ ୧୪ ତାରିଖରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିଛି। ଫଳରେ ମାର୍ଚ୍ଚ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିଥିଲେ ମଧ୍ୟ ଅଦିନିଆ ବର୍ଷା ଓ ଝଡ଼ତୋଫାନ ଚାଷୀକୁଳକୁ ହତାଶ କରିଛି। ଦେଇଛି ସତ କିନ୍ତୁ ଅଦିନିଆ ବର୍ଷା ଚାଷୀକୁଳକୁ ହତାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri