୩୧ କେନ୍ଦ୍ର ସମ୍ବେଦନଶୀଳ

ଅନୁଗୋଳ ଅଫିସ, ୮।୨ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଜିଲାରେ ଚଳିତ ବର୍ଷ ମୋଟ ୧୭ ହଜାର ୪୯୨ ଜଣ ପରୀକ୍ଷାର୍ଥୀ ୮୫ଟି କେନ୍ଦ୍ରରେ ପରୀକ୍ଷା ଦେବେ ବୋଲି ଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ପରୀକ୍ଷା ପରିଚାଳନା ସମୟରେ ଜିଲାରେ ଥିବା ୨୫ଟି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯିବାର ବ୍ୟବସ୍ଥା କରାଯାଇଥିବା ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ବୋର୍ଡ଼କୁ ଚିଠା ପଠାଇଛନ୍ତି। ତେବେ ବୋର୍ଡ ପକ୍ଷରୁ ୩୧ଟି କେନ୍ଦ୍ରକୁ ସମ୍ବେଦନଶୀଳ କେନ୍ଦ୍ର ଭାବେ ଘୋଷଣା କରାଯାଇ ସେଠାରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିମଧ୍ୟରୁ ଅନୁଗୋଳ ବ୍ଲକର ୪ଟି କେନ୍ଦ୍ର, ଆଠମଲ୍ଲିକର ୫ଟି, ବଅଁରପାଳର ୩ଟି, ଛେଣ୍ଡିପଦାର ୩ଟି, କଣିହଁ। ର ୮ଟି, କିଶୋରନଗରର ୩ଟି, ପାଲଲହଡ଼ା ବ୍ଲକର ୪ଟି ଓ ତାଳଚେର ବ୍ଲକରେ ୧ଟି କେନ୍ଦ୍ରକୁ ବୋର୍ଡ ପକ୍ଷରୁ ସମ୍ବେଦନଶୀଳ ଘୋଷଣା କରାଯାଇଛି।
ସୂଚନାଯୋଗ୍ୟ, ଚଳିତ ବର୍ଷ ଜିଲାର ୨୬୨ଟି ଉଚ୍ଚ ବିଦ୍ୟାଳୟର ୧୬ ହଜାର ୩୩୨ ଜଣ ରେଗୁଲାର ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏଥିସହିତ ୨୮୯ ଜଣ ଏକ୍ସ-ରେଗୁଲାର ଓ ୨୫୪ ଜଣ ପତ୍ରବିନିମୟ ଛାତ୍ରୀଛାତ୍ର ପ୍ରଥମ ସିଟିଂରେ ପରୀକ୍ଷା ଦେବେ। ସେହିପରି ୬୧୧ ଜଣ ଷ୍ଟେଟ୍‌ ଓପନ୍‌ ସ୍କୁଲର ଛାତ୍ରୀଛାତ୍ର ଓ ୬ ଜଣ ମଧ୍ୟମା ଛାତ୍ରୀଛାତ୍ର ଦ୍ୱିତୀୟ ସିଟିଂରେ ପରୀକ୍ଷା ଦେବେ ବୋଲି ଅନୁଗୋଳ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ସୂଚନା ଦେଇଛନ୍ତି। ୬୧୧ ଜଣ ଷ୍ଟେଟ ଓପନ୍‌ ସ୍କୁଲର ଛାତ୍ରୀଛାତ୍ରଙ୍କ ପାଇଁ ଯଥାକ୍ରମେ ଅନୁଗୋଳ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଆଲୁମିନିୟମ ଉଚ୍ଚ ବିଦ୍ୟାଳୟ କୁଲାଡ଼, ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବିଜିଗୋଳ ଓ ଫପଣ୍ଡ ଉଚ୍ଚ ବିଦ୍ୟାଳୟ ପାଲଲହଡ଼ାରେ ସେଣ୍ଟର ଖୋଲାଯିବ ବୋଲି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ଅନୁଗୋଳ ଜିଲାରେ ଅତି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ନ ଥିବା ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri