୩୧ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଝାରସୁଗୁଡ଼ା କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାରେ ବୁଧବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଝାରସୁଗୁଡ଼ା ଜିଲାର ହୋଇଥିବା ବେଳେ ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାରେ ରହୁଛନ୍ତି। ଗତ ୨୩ ତାରିଖ ସନ୍ଧ୍ୟାରେ ସେ ଝାରସୁଗୁଡ଼ାକୁ ଆସିଥିବା ବେଳେ ସେ ୩୧ ଜଣଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ଏହି ବ୍ୟକ୍ତିମାନଙ୍କୁ ଚିହ୍ନଟ କରି କ୍ୱାରାଣ୍ଟାଇନ୍‌ରେ ରଖିବା ସହିତ ସେମାନଙ୍କ ସ୍ବାବ୍‌ ପରୀକ୍ଷା କରିବା ନେଇ ଜିଲା ପ୍ରଶାସନ ପଦକ୍ଷେପ ନେଇଛି।
ସୂଚନାନୁଯାୟୀ, ଗତ ୨୨ ତାରିଖ ଅପରାହ୍ନ ୩ଟାରେ ଯୁବତୀ ଜଣକ ୩ ଜଣ ସମ୍ପର୍କୀୟଙ୍କ ସହ ଏକ ଗାଡ଼ିରେ ଡ୍ରାଇଭର ନେଇ ଝାରସୁଗୁଡ଼ା ଅଭିମୁଖେ ବାହାରିଥିଲେ। ମୟୂରଭଞ୍ଜ ଜିଲା ସୀମାରେ ଥିବା ଜାମଶୋଳାଠାରେ ନିୟୋଜିତ ସୁରକ୍ଷାକର୍ମୀ ସେମାନଙ୍କୁ ଛାଡ଼ି ନ ଥିଲେ। ପରେ ସେମାନେ ସେଠାରୁ ଫେରିଯାଇ ଜାମସେଦପୁର, ରାଞ୍ଚି, ଖୁଣ୍ଟି, ସିମଡେଗା, ବେଦବ୍ୟାସ ଦେଇ ସୁନ୍ଦରଗଡ଼ରେ ଓଡ଼ିଶା ସୀମାକୁ ପଶିଥିଲେ। ୨୩ ତାରିଖ ସନ୍ଧ୍ୟାରେ ବ୍ରଜରାଜନଗରର ବୁଢ଼ୀଜାମଠାରେ ପହଞ୍ଚିଥିଲେ। ରାସ୍ତାରେ ସେମାନେ କୌଣସି ଦୋକାନ କିମ୍ବା କାହା ସହ ସଂସ୍ପର୍ଶରେ ଆସି ନ ଥିବା ଜଣାପଡ଼ିଛି। ତେବେ ଉକ୍ତ ଯୁବତୀ ସହିତ ସଂସ୍ପର୍ଶରେ ଆସିଥିବା ୩୧ ଜଣ ସମ୍ପର୍କୀୟ ଓ ପଡ଼ୋଶୀଙ୍କୁ ପ୍ରଶାସନ ଚିହ୍ନଟ କରିଛି।
ପ୍ରକାଶ ଥାଉକି, ପଶ୍ଚିମବଙ୍ଗ ରାଜ୍ୟ ପୁରୁଲିଆ ଜିଲାର ଜଣେ ବ୍ୟକ୍ତି ବ୍ରଜରାଜନଗର ମ୍ୟୁନିସିପାଲିଟିର ବୁଢ଼ୀଜାମ ଅଞ୍ଚଳରେ ରହି ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ଉକ୍ତ ବ୍ୟକ୍ତିଙ୍କ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏହି ମୃତ ବ୍ୟକ୍ତିଙ୍କ ଶେଷକୃତ୍ୟ କରିବା ପାଇଁ ତାଙ୍କ ପରିବାରର ୪ ଜଣ ସମ୍ପର୍କୀୟ ଗତ ୨୩ ତାରିଖ ସନ୍ଧ୍ୟାରେ ଏଠାକୁ ଆସିଥିଲେ। ପରେ ୨୪ ତାରିଖରେ ଉପରୋକ୍ତ ୪ଜଣଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିଲା। ନମୁନା ପରୀକ୍ଷା ରିପୋର୍ଟ ଆସିବା ପରେ ମୃତ ବ୍ୟକ୍ତିଙ୍କ ଭଉଣୀଙ୍କ ପଜିଟିଭ୍‌ ରିପୋର୍ଟ ଆସିଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri