୩୨୮ ଗଁ। ହେବ ‘ସୁନାମୀ ପ୍ରସ୍ତୁତ’

ଭୁବନେଶ୍ୱର,୧୪।୩(ବ୍ୟୁରୋ): ବାତ୍ୟା ଓ ବନ୍ୟା ପରିଚାଳନା କ୍ଷେତ୍ରରେ ବିଶ୍ୱସ୍ତରୀୟ ମାନକ ହାସଲ କରିବା ପରେ ବର୍ତ୍ତମାନ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓଏସ୍‌ଡିଏମ୍‌ଏ) ସୁନାମୀ ପରିଚାଳନା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ରାଜ୍ୟରେ ଚିହ୍ନିତ ୩୨୮ ସୁନାମୀ ପ୍ରବଣ ଗ୍ରାମକୁ ‘ସୁନାମୀ ପ୍ରସ୍ତୁତ’ ଗ୍ରାମରେ ପରିଣତ କରିବାକୁ ଚେଷ୍ଟା ଆରମ୍ଭ ହୋଇଛି। ଲୋକସେବା ଭବନଠାରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଓଏସ୍‌ଡିଏମ୍‌ଏ ପରିଚାଳନା ପରିଷଦ ବୈଠକରେ ଏ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି।
ବୈଠକରେ ହୋଇଥିବା ଆଲୋଚନା ଅନୁଯାୟୀ, ସୁନାମୀ ପ୍ରବଣ ଗ୍ରାମଗୁଡିକରେ ସଚେତନତା, ସୂଚନା, ଶିକ୍ଷା ଓ ନିୟମିତ ଯୋଗାଯୋଗ କାର୍ଯ୍ୟକ୍ରମ ସଘନ କରାଯିବ। ଏ ବିଷୟରେ ତଥ୍ୟ ଉପସ୍ଥାପନ କରି ଅତିରିକ୍ତ ମୁଖ୍ୟ ଶାସକ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି ଯେ, ଗଞ୍ଜାମ ଜିଲାର ବକ୍ସିପାଲି ଏବଂ ଜଗତ୍‌ସିଂହପୁରର ଗଡହରିଶପୁର ‘ସୁନାମୀ ପ୍ରସ୍ତୁତ’ ଗ୍ରାମ ଭାବେ ୟୁନିସେଫର ନିର୍ଦ୍ଧାରିତ ୧୧ଟି ମାନକ ପୂରଣ କରିଛନ୍ତି। ଖୁବ୍‌ଶୀଘ୍ର ଏହି ଦୁଇ ଗ୍ରାମକୁ ୟୁନିସେଫର ସ୍ବୀକୃତି ମିଳିବ। ଏହାପରେ ଭାରତ ମହାସାଗର ସହିତ ସଂଯୁକ୍ତ ପ୍ରାୟ ୬୫ଟି ଦେଶ ମଧ୍ୟ ଉକ୍ତ ମାନ୍ୟତା ପାଇବା କ୍ଷେତ୍ରରେ ପ୍ରଥମ ଦେଶ ହେବ ବୋଲି ଜେନା କହିଛନ୍ତି।
ସମସ୍ତ ତଥ୍ୟର ସମୀକ୍ଷା କରିବା ପରେ ମୁଖ୍ୟ ଶାସନ ସଚିବ ସମସ୍ତ ବହୁମୁଖୀ ଆଶ୍ରୟସ୍ଥଳୀ ଗୁଡିକର ମରାମତି ଏବଂ ରକ୍ଷଣାବେକ୍ଷଣ ସୁନିଶ୍ଚିତ କରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୫ ଜିଲାରେ ଥିବା ସମସ୍ତ ଆଶ୍ରୟସ୍ଥଳୀର ସରଜମିନ ତଦନ୍ତ କରାଯାଇଥିବା ଜେନା ବୈଠକରେ ସୂଚନା ଦେଇଛନ୍ତି। ରାଜ୍ୟର ମୋଟ ୫୭୯ଟି ବହୁମୁଖୀ ଆଶ୍ରୟସ୍ଥଳୀ କାର୍ଯ୍ୟକ୍ଷମ ଥିବାବେଳେ ଆସନ୍ତା ଜୁନ୍‌ ସୁଦ୍ଧା ଏହା ଶେଷହେବ ବୋଲି ଜଣାପଡିଛି। ସବୁଥିରେ ବଜ୍ରପାତ ନିରୋଧ ବ୍ୟବସ୍ଥା ଲଗାଯିବ। ଆର୍ଥ ନେଟ୍‌ଓ୍ବର୍କ ସଂସ୍ଥା ସହ ସହଭାଗିତାରେ ରାଜ୍ୟର ୬ଟି ସ୍ଥାନରେ ବଜ୍ରପାତ ଓ ଘଡଘଡି ପୂର୍ବାନୁମାନ ଯନ୍ତ୍ର ସ୍ଥାପିତ ହୋଇଛି। ଫଳରେ ୩୦ମିନିଟ ପୂର୍ବରୁ ବଜ୍ରପାତ ସମ୍ଭାବନା ଥିବା ଲୋକଙ୍କୁ ଜଣାଇ ଦିଆଯାଇପାରୁଛି। ଏହି ବ୍ୟବସ୍ଥାକୁ ଅଧିକ ସୁଦୃଢ ଓ ପ୍ରସାରିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri