୩୩୨୩ ଗ୍ରାମକୁ ରାସ୍ତା ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଯୋଜନା କରୁଛନ୍ତି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟରେ ୩୩୨୩ ଗ୍ରାମକୁ ପଞ୍ଚାୟତ କାର୍ଯ୍ୟାଳୟ ସହ ଯୋଡାଯାଇପାରିନାହିଁ। ଅନୁଗୋଳ ଜିଲାର ୯୫ଟି ଗ୍ରାମକୁ ରାସ୍ତା ନ ଥିବା ବେଳେ ବଲାଙ୍ଗୀର ୩୨, ବାଲେଶ୍ୱର ୫୯, ବରଗଡ଼ ୨, ଭଦ୍ରକ ୧୬୭, ବୌଦ୍ଧ ୫୩, କଟକ ୩୧, ଦେବଗଡ଼ ୧୨, ଢେଙ୍କାନାଳ ୩୦, ଗଜପତି ୧୩୩, ଜଗତ୍‌ସିଂହପୁର ୧୪, ଝାରସୁଗୁଡ଼ାର ୧୧ଟି ଗ୍ରାମ ଓ ପଡ଼ାଗ୍ରାମକୁ ରାସ୍ତା ସଂଯୋଗ କରାଯାଇନାହିଁ। ସେହିଭଳି କଳାହାଣ୍ଡି ଜିଲାର ୪୭୩, କନ୍ଧମାଳ ୨୫୮, କେନ୍ଦ୍ରାପଡ଼ା ୬୪୭, କେନ୍ଦୁଝର ୬୪, ଖୋର୍ଦ୍ଧା ୭୪, କୋରାପୁଟ ୧୮୫, ମାଲକାନଗିରି ୨୯୫, ମୟୂରଭଞ୍ଜ ୦୮, ନୟାଗଡ଼ ୮୯, ନବରଙ୍ଗପୁର ୭୦, ନୂଆପଡ଼ା ୭୨, ପୁରୀ ୦୩, ସମ୍ବଲପୁର ୦୪, ସୋନପୁର ୦୩ ଏବଂ ସୁନ୍ଦରଗଡ଼ ଜିଲାର ୦୪ଟି ଗ୍ରାମକୁ ରାସ୍ତା ନାହିଁ। ଏ ସମସ୍ତ ଗ୍ରାମକୁ ସଂଯୋଗ କରିବା ଲାଗି ୨୬୯୯.୭୦୧୭ କିମି ରାସ୍ତାର ଆବଶ୍ୟକତା ରହିଛି। ଏଥିଲାଗି ୧୯୫୫୨୪.୦୧ ଲକ୍ଷ ଟଙ୍କାର ଆବଶ୍ୟକ ହେବ। ପ୍ରଶ୍ନକାଳରେ ଭାଜପା ସଦସ୍ୟ ମୋହନ ଚରଣ ମାଝୀଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ମଙ୍ଗଳବାର ବିଧାନସଭାରେ ଏକଥା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri