୩୩୨ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି ଶେଷ: ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

ଲୋଇସିଂହା,୧୨ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବ୍ଲକକୁ ରାଜ୍ୟ ବାହାରୁ ୩୩୫ ଜଣ ଘରକୁ ଫେରିଛନ୍ତି। ସେମାନେ ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରକୁ ନ ଯାଇ ୧୪ ଦିନିଆ ହୋମ୍‌ କ୍ବାରାଣ୍ଟାଇନରେ ରହିଛନ୍ତି। ସେଥିମଧ୍ୟରୁ ୩୩୨ ଜଣଙ୍କ ହୋମ୍‌ କ୍ବାରାଣ୍ଟାଇନ ଅବଧି ସରିଯାଇଛି। ସ୍ବାସ୍ଥ୍ୟ କର୍ମଚାରୀ ଯାଞ୍ଚ ବେଳେ ସେମାନଙ୍କ ଠାରେ ଜ୍ୱର, କାଶ,କଫ, ଶ୍ବାସକ୍ରିୟାରେ କଷ୍ଟ ଆଦି କରୋନା ଜନିତ ସଂକ୍ରମଣ ଲକ୍ଷଣ ଦେଖିବାକୁ ପାଇ ନ ଥିଲେ। ସେମାନେ ସୁସ୍ଥ ରହିଛନ୍ତି। ନିନେ ଦୁଇଦିନ ମଧ୍ୟରେ ବାକି ୩ ଜଣଙ୍କ ମଧ୍ୟ ଅବଧି ସରିଯିବ ବୋଲି ପିଏଚ୍‌ଓ ରମେଶ ସାହୁ ସୂଚନା ଦେଇଛନ୍ତି। ସୂଚନା ମୁତାବକ ସରକାରୀ ନିୟମକୁ ଅନୁପାଳନ କରି ଜିଲା ତଥା ରାଜ୍ୟ ବାହାରୁ ଫେରିଥିବା ବ୍ୟକ୍ତିଙ୍କ ଘରଙ୍କୁ ସ୍ବାସ୍ଥ୍ୟକର୍ମୀ, ଆଶା, ଅଙ୍ଗନବାଡ଼ି କର୍ମୀ ନିୟମିତ ଭାବେ ଲୋକଙ୍କୁ କରୋନା ଭୂତାଣୁ ଉପରେ ସଚେତନତା କରୁଛନ୍ତି। ଡାକ୍ତରୀ ଦଳକୁ ନେଇ ଗଠିତ ଆର୍‌ଆରଟି ଟିମ୍‌ ଆଶ୍ୟକସ୍ଥଳେ କ୍ଷେତ୍ର ପରିଦର୍ଶନ କରି ସ୍ବାସ୍ଥ୍ୟସେବା ଯୋଗାଉଛନ୍ତି ବୋଲି କହିଛନ୍ତି। ଏହାବ୍ୟତୀତ ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ୭ ଶଯ୍ୟା ବିଶିଷ୍ଟ ଆଇସୋଲେଶନ ସେଣ୍ଟର କରାଯାଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri