୩୪୦ ଗଞ୍ଜେଇ ଗଛ ନଷ୍ଟ କରାଗଲା

ଅନୁଗୋଳ ଅଫିସ, ୨୩।୧୧ – ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଶୁକ୍ରବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ, ପୋଲିସ ଓ ବନ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇ ଜଙ୍ଗଲରେ ଚାଷ ହୋଇଥିବା ଗଞ୍ଜେଇ ଗଛ ନଷ୍ଟ କରାଯାଇଥିଲା। ଏକ ଜଙ୍ଗଲିଆ ଅଞ୍ଚଳରେ ପାଖାପାଖି ୩୪୦ଟି ଗଞ୍ଜେଇ ଗଛ ୨୦ ଡିସିମିଲ ଜାଗାରେ ଥିବା ନେଇ ଅବକାରୀ ବିଭାଗ ସୂଚନା ପାଇଥିଲା। ଅବକାରୀ ଏସ୍‌ପି ସୁରେଶ ଚନ୍ଦ୍ର ନାୟକଙ୍କ ନିର୍ଦ୍ଦେଶକ୍ରମେ ଅନୁଗୋଳ ଅବକାରୀ ଡିଏସ୍‌ପି କ୍ରିଷ୍ଣା ନାୟକ, ଅବକାରୀ ଇନ୍ସପେକ୍ଟର କରୁଣା ଶଙ୍କର ତିୱାରି, ଦିଲୀପ କୁମାର ବେହେରା, ଅରବିନ୍ଦ ରାଉତରାୟ ପ୍ରମୁଖଙ୍କ ସହ ଜରପଡ଼ା ଥାନା ଏସ୍‌ଆଇ ପ୍ରଶାନ୍ତ କୁମାର ପ୍ରଧାନ, ଜରପଡ଼ା ଫରେଷ୍ଟର ଗଗନ ବିହାରୀ ମହାପାତ୍ର ଓ ଅବକାରୀ ବିଭାଗର କର୍ମଚାରୀମାନେ ଚଢ଼ାଉ କରିଥିଲେ। ଗଛ ଗୁଡ଼ିକୁ କଟାଯିବା ପରେ ଜଙ୍ଗଲରେ ନିଅଁା ଲଗାଇ ପୋଡ଼ି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri