୩୫ରୁ ଊର୍ଦ୍ଧ୍ୱ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା, ଛପର ଉଡିଲା

ଜଳେଶ୍ୱର,୧୫।୫(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେସ୍ବର ବ୍ଲକ ଅଧୀନ କୋଟସାହି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ୪ଟା ସମୟରେ କାଳବୈଶାଖୀ ତାଣ୍ଡବ ରଚିଛି। ଫଳରେ କୋଟସାହି ଗ୍ରାମର ମଣ୍ଟୁ ଦାସମହାପାତ୍ର, ନିତ୍ୟାନନ୍ଦ ସେଣ, ରତନ ବେହେରା, ଅରବିନ୍ଦ ବେହେରାଙ୍କ ଘର ଉପରେ ପୁରାତନ ଗଛ ଉପୁଡ଼ି ପଡ଼ିଥିଲା। ସେମାନଙ୍କ ପରିବାର ଲୋକେ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏଥିସହିତ ଗ୍ରାମରେ ଥିବା ୩୫ ଊର୍ଦ୍ଧ୍ୱ ବିଦ୍ୟୁତଖୁଣ୍ଟ ଭାଙ୍ଗିଯିବା ସହ ଅନେକ ଲୋକଙ୍କ ଘର ଛପର ଉଡ଼ିଯାଇଛି। ଗ୍ରାମର ଅଧିକାଂଶ ରାସ୍ତା ଉପରେ ଗଛ ଉପୁଡ଼ି ପଡ଼ି ରାସ୍ତା ଅବରୋଧ ହୋଇଛି। କାଳବୈଶାଖୀ ଫଳରେ ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପଞ୍ଚାୟତର ଭାଜପା ନେତା ଅଶୋକ କୁମାର ପରିଡ଼ା କ୍ଷତିଗ୍ରସ୍ତ ଲୋକଙ୍କୁ ଯଥାଶୀଘ୍ର କ୍ଷତିପୂରଣ ସହିତ ସରକାରୀ ସାହାଯ୍ୟ ଦେବା ପାଇଁ ସ୍ଥାନୀୟ ପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri