୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୩-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ମୋହନା ଅଞ୍ଚଳର ମାନୁଆଲ ମଣ୍ଡଳ, ଜାକବ ମାଝି, ମହେଶ ଗମାଙ୍ଗ, ସିନ୍ଧୁ ଗମାଙ୍ଗ ବୋଲି ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ସୂଚନା ଦେଇଛନ୍ତି॥ ପ୍ରକାଶ ଯେ, ଗୁରୁବାର ଭୋରରେ ବଡଗଡ ଥାନା ଅଞ୍ଚଳଦେଇ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ହେବ ବୋଲି ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିଥିଲା। ସୂଚନା ଆଧାରରେ ଆକାଶନଗର ଅଞ୍ଚଳରେ ପୋଲିସ ବ୍ଲକିଂ କରି ଯାନବାହନ ଯାଞ୍ଚ ଚଳାଇଥିଲା। ଯାଞ୍ଚବେଳେ ଏକ ୪୦୭ ଟ୍ରକ୍‌ (ନଂ.ଓଆର୍‌୦୭ଟି-୦୧୨୫), ଏକ ପିକ୍‌ ଅପ୍‌ ଭ୍ୟାନ୍‌ (ନଂ.ଓଆର୍‌୦୭ଏନ୍‌-୦୮୪୯), କାର (ନଂ.ଓଡି୦୭ଓ୍ବାଇ-୪୧୦୦) ଓ ବୋଲେରୋ (ନଂ-ଓଡି୨୦-୫୮୩୪)ରୁ ବିପୁଳ ପରିମାଣର ଗଞ୍ଜେଇ ବସ୍ତା ମିଳିଥିଲା। ଜବତ ଗାଡିଗୁଡିକୁ ଥାନାକୁ ଆଣି ସେଥିରେ ଥିବା ଗଞ୍ଜେଇ ବସ୍ତାଗୁଡିକୁ ସୋରଡା ଅତିରିକ୍ତ ତହସିଲଦାର କୋରେଶୁ କୁମାର ଜାନିଙ୍କ ଉପସ୍ଥିତିରେ ଓଜନ କରାଯାଇଥିଲା। ଓଜନ ପରେ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଥିବା ଜଣାପଡିଥିଲା। ଏହାର ଆନୁମାନିକ ମୂଲ୍ୟ ଦେଢ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି କହିଥିଲେ ଆସିକା ଏସ୍‌ଡିପିଓ ପ୍ରଧାନ। ନଂ.୧୯୬/୧୯ରେ ମାମଲା ରୁଜୁ କରି ୪ ଜଣଙ୍କୁ ଅଟକ ରଖି ପଚରାଉଚରା ଚାଲିଥିବା ବଡଗଡ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ୍, ନିରପେକ୍ଷ ରହିବା….

ମସ୍କୋ,୨।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି । ମୋଦିଙ୍କୁ ବିଶ୍ୱର ସେହି ନେତାମାନଙ୍କ ମଧ୍ୟରେ ପୁଟିନ୍‌ ସାମିଲ କରିଛନ୍ତି,…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?