୩୫ ଚାଷୀ ଗଲେ ମହାରାଷ୍ଟ୍ର

ଚମ୍ପୁଆ,୧୧।୨(ଡି.ଏନ.ଏ.)- ଚାଷ ସମ୍ବନ୍ଧୀୟ ସୂଚନା ଓ ସର୍ବେକ୍ଷଣ ନିମନ୍ତେ ଚମ୍ପୁଆ ଉଦ୍ୟାନ କୃଷି ବିଭାଗ ପକ୍ଷରୁ ୩୫ ଜଣ ଚାଷୀଙ୍କୁ ମହାରାଷ୍ଟ୍ର ପଠାଯାଇଛି। ଚମ୍ପୁଆ, ଯୋଡା ଓ ଝୁମ୍ପୁୁରା ବ୍ଲକର ଏହି ଚାଷୀମାନଙ୍କୁ ଏଥି ପାଇଁ ସୁଯୋଗ ଦିଆଯାଇଛି। ଏହି ଚାଷୀମାନେ ମହାରାଷ୍ଟ୍ରର ଜଲଗାଁ ଗସ୍ତ କରିଛନ୍ତି। ଏଏଚଓ ଦମୟନ୍ତୀ ହଁାସଦା, ଓଭରସିୟର ଅଚ୍ୟୁତାନନ୍ଦ ନାଏକ ଓ ମଙ୍ଗୁଳି ଗିରିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚାଷୀମାନେ ଏହି ଯାତ୍ରା କରିଛନ୍ତି। ଏହି ୫ ଦିନିଆ ଯାତ୍ରାରେ ଚାଷୀମାନେ ସେଠାରେ ୨ ଦିନିଆ ଟ୍ରେନିଂ ନେବାରେ ବ୍ୟବସ୍ଥା କରାଯାଇଛି। ଉନ୍ନତ ପ୍ରଣାଳୀର ଚାଷ, ସ୍ବଳ୍ପ ପାଣିରେ ଚାଷ, ବୁନ୍ଦା ଜଳରେ ଚାଷ ଆଦି ଉପରେ ସେମାନେ ସେଠାରେ ଜ୍ଞାନ ଆହରୋଣ କରିବା ସହିତ ସେଠାକାର ଚାଷୀମାନଙ୍କ ସହିତ ମିଳିତ ଭାବେ ଆଲୋଚନା କରି ଚାଷର ପ୍ରଣାଳୀ ଓ ଉପତ୍ାଦନ ସମ୍ବନ୍ଧରେ ସୂଚନା ପାଇବେ ବୋଲି ଜଣାଯାଇଛି। ଚାଷୀମାନଙ୍କୁ ସିଞ୍ଚନ ପ୍ରଣାଳୀ, ବୁନ୍ଦା ଜଳସେଚନରେ ଚାଷ, ଟିସୁ କଲ୍ଚର, କଦଳୀ ଚାଷ ି ସମ୍ବନ୍ଧରେ ଉନ୍ନତମାନର ଜ୍ଞାନ ଯୋଗାଇ ଦିଆଯିବ ବୋଲି ସହକାରୀ ଉଦ୍ୟାନ ବିଭାଗ ଅଧିକାରୀ ଏସ.ଶୁଭଲକ୍ଷ୍ମୀ ସୂଚନା ଦେଇଛନ୍ତି। ଏହି ଦଳରେ ତାରିଣୀ କୃଷକ ସଂଘର ୧୫ ଜଣ ଚାଷୀ ରହିଥିବା ବେଳେ ସେମାନେ ଝାଡଖଣ୍ଡ ଚକ୍ରଧରପୁରରୁ ଯାତ୍ରା କରିବେ ବୋଲି ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri