Posted inଖେଳ

୩୫ ରନ୍‌ରେ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌: ୧-୦ରେ ସିରିଜ ଆଗୁଆ

ରୋଜେୟୁ,୫ା୭: ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୩୫ ରନ୍‌ରେ ବିଜୟ ହାସଲ କରିଛି। ଓ୍ବିଣ୍ଡସର ପାର୍କଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ହରାଇ ୧୯୩ ରନ୍‌ କରିଥିଲା।

ରୋଭମାନ ପାଓ୍ବେଲ ୨୮ ବଲ୍‌ରୁ ୨ ଚୌକା ଓ ୬ ଛକା ସହ ୬୧ ରନ୍‌ କରି ଅପରାଜିତ ରହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପ୍‌ନର ବ୍ରାଣ୍ଡନ କିଙ୍ଗ୍‌ ୪୩ ବଲ୍‌ରେ ୫୭ ରନ୍‌, ଅଧିନାୟକ ନିକୋଲାସ ପୁରନ ୩୦ ବଲ୍‌ରେ ୩୪ ରନ୍‌ କରିଥିଲେ। ଭ୍ରମଣକାରୀ ଦଳର ବାମହାତୀ ପେସର ଶୋରିଫୁଲ୍‌ ଇସ୍‌ଲାମ ୪ ଓଭରରେ ୪୦ ରନ୍‌ ଦେଇ ୨ ଉଇକେଟ ଅକ୍ତିଆର କରିଥିଲେ।

ଜବାବରେ ବାଂଲାଦେଶ ୬ ଉଇକେଟ ହରାଇ ୧୫୮ ରନ୍‌ କରିଥିଲା। ଦଳର ଆରମ୍ଭ ଉତ୍ସାହଜନକ ନ ଥିଲା। ଦଳ ୨୩ ରନ୍‌ରେ ୩ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଟପ୍‌ ସ୍କୋରର ଶକିବ ଅଲ ହସନ ୫୨ ବଲ୍‌ରୁ ୬୮ ରନ୍‌ କରି ଅପରାଜିତ ରହିଥିଲେ। ସେ ୫ ଚୌକା ଓ ୩ ଛକା ଲଗାଇଥିଲେ। ମ୍ୟାଚ୍‌ରେ ସେ ବ୍ୟକ୍ତିଗତ ସର୍ବାଧିକ ରନ୍‌ ସଂଗ୍ରହ କରିଥିଲେ। ଘରୋଇ ଦଳର ସଫଳ ବୋଲର ପେସର ରୋମାରିଓ ଶେଫର୍ଡ ତାଙ୍କ ୪ ଓଭର ବୋଲିଂରେ ୨୮ ରନ୍‌ ବିନିମୟରେ ୨ ଉଇକେଟ ଅକ୍ତିଆର କରିଥିଲେ। ଓ୍ବେଷ୍ଟଇଣ୍ଡିଜ ୩୫ ରନ୍‌ରେ ସହଜ ବିଜୟ ହାସଲ କରିବା ସହ ୩ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri