୩୭ଶହ କର୍ମଚାରୀକୁ ଛଟେଇ କଲା ଉବର

ନୂଆଦିଲ୍ଲୀ,୨୦।୫- କୋଭିଡ୍‌-୧୯ ମହାମାରୀ ସମୟରେ ସରକାର ଯାନବାହନ ଚଳାଇବା ଉପରେ ରୋକ ଲଗାଇଥିଲେ। ଫଳରେ କ୍ୟାବ୍‌ ସେବା ପ୍ରଦାନକାରୀ କମ୍ପାନୀ ଉବେର ବିଭିନ୍ନ ସମସ୍ୟା ଓ ବାଣିଜି୍ୟକ କ୍ଷତି ସହିଛି। ଏହି କାରଣରୁ କମ୍ପାନୀ ପ୍ରାୟତଃ ୩୭ଶହ କର୍ମଚାରୀଙ୍କୁ ଛଟେଇ କରିଥିବା ଜଣାପଡିଛି। ଏହା ସହ କମ୍ପାନୀ ୪୫ଜଣ ବରିଷ୍ଠ ଅଧିକାରୀଙ୍କୁ ଛଟେଇ କରିଛି। ଗତ କିଛି ୩ ମାସ ହେଲା ଯାତ୍ରୀ ସେବା ବନ୍ଦ ଥିବାରୁ କାରବାର କ୍ଷତିର ସାମ୍ନା କରିଥିବା କମ୍ପାନୀ କହିଛି। କମ୍ପାନୀର ବାଣିଜି୍ୟକ ବ୍ୟବସ୍ଥାରେ ବ୍ୟାପକ ଅସ୍ଥିରତା ଦେଖାଦେଇଛି। ଫଳରେ ଗାଡି ଚଳାଚଳ ଉପରେ ଏକ ପ୍ରକାର ରୋକ ଲାଗିଥିଲା। ଏହି ସଂକ୍ରମଣର ଭୟାବହତା ପାଇଁ ଗ୍ରାହକମାନେ ମଧ୍ୟ ପୂର୍ବପରି ଆଉ ଗାଡି ବୁକିଂ କରୁନାହାନ୍ତି। ମହାମାରୀ ସମୟରେ କମ୍ପାନୀ ବ୍ୟାପକ କ୍ଷତିରେ ଚାଲୁଥିବାରୁ ଉକ୍ତ କର୍ମଚାରୀଙ୍କୁ ବେତନ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସୁବିଧା ଯୋଗାଇବା ସମ୍ଭବ ନୁହେଁ ବୋଲି କମ୍ପାନୀର ସିଇଓ ଦାର ସୋରାସିଷ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି ଯେ, ଆସନ୍ତା ୬ମାସ ପର୍ଯ୍ୟନ୍ତ କମ୍ପାନୀର ସ୍ଥିରତା ନଆସିବା ପର୍ଯ୍ୟନ୍ତ ବେତନ ପ୍ରଦାନ ଓ ଅନ୍ୟାନ୍ୟ ସୁବିଧା ଆଦି ବିଷୟରେ ଖୁବଶୀଘ୍ର ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କମ୍ପାନୀ ପକ୍ଷରୁ କର୍ମଚାରୀମାନଙ୍କୁ ମେଲ ମାଧ୍ୟମରେ ସୂଚାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?