Posted inଜାତୀୟ

୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୮ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶନାମା ବଳରେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। କେତେଜଣ ଅବସରପ୍ରାପ୍ତ ସାମରିକ ଓ ପ୍ରଶାସନିକ ଅଧିକାରୀ ରାଷ୍ଟ୍ରପତୀୟ ନିର୍ଦ୍ଦେଶନାମା ବିରୋଧରେ ସର୍ବୋଚ୍ଚ ଅଦାଲତରେ ପିଟିଶନ୍‌ ଦାଏର କରିଛନ୍ତି। ଗତ ୫ ତାରିଖରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିଥିଲେ। ଏହାର ଦିନକ ପୂର୍ବରୁ ସେଠାରେ ଟେଲିଫୋନ୍‌, ଇଣ୍ଟରନେଟ ଓ ଟେଲିଭିଜନ ସେବା ବନ୍ଦ କରିଦିଆଯାଇଥିଲା।
ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ପୂର୍ବତନ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ୨୦୧୦-୧୧ରେ ଜମ୍ମୁ-କଶ୍ମୀର ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଗଠିତ ମଧ୍ୟସ୍ଥ କମିଟିର ପୂର୍ବତନ ସଦସ୍ୟ ରାଧା କୁମାର,ଜମ୍ମୁ-କଶ୍ମୀର କ୍ୟାଡରର ପୂର୍ବତନ ଆଇଏଏସ୍‌ ଅଫିସର ହିନ୍ଦଲ ହାଇଦର ତୟାବ୍‌ଜି, ଅବସରପ୍ରାପ୍ତ ଏୟାର ଭାଇସ୍‌ ମାର୍ଶାଲ କପିଲ କାକ୍‌। କପିଲ ପ୍ରତିରକ୍ଷା ଅଧ୍ୟୟନ ଓ ଅନୁଶୀଳନ ସଂସ୍ଥାର ଉପନିର୍ଦ୍ଦେଶକ ମଧ୍ୟ ଥିଲେ। ଏହାବ୍ୟତୀତ ଅବସରପ୍ରାପ୍ତ ମେଜର ଜେନେରାଲ ଅଶୋକ କୁମାର ମେହେଟା, ପଞ୍ଜାବ କ୍ୟାଡର ଆଇଏଏସ ଅମିତାଭ ପାଣ୍ଡେ, କେରଳ କ୍ୟାଡର ଆଇଏଏସ ଅଫିସର ତଥା ଅବସରପ୍ରାପ୍ତ ସ୍ବରାଷ୍ଟ୍ର ସଚିବ ଗୋପାଳ ପିଲାଇ ମଧ୍ୟ ପିଟିଶନର ଗୋଷ୍ଠୀରେ ସାମିଲ ଅଛନ୍ତି। ରାଷ୍ଟ୍ରପତୀୟ ନର୍ଦ୍ଦେଶନାମାକୁ ରଦ୍ଦ କରିବା ସହ ଜମ୍ମୁ-କଶ୍ମୀର ପୁନର୍ଗଠନ ଆଇନ, ୨୦୧୯ ବାତିଲ ପାଇଁ ପିଟିଶନ୍‌ରେ ଅନୁରୋଧ କରାଯାଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ଏହା ହେଉଛି ସପ୍ତମ ପିଟିଶନ୍‌। ପୂର୍ବରୁ ସୁପ୍ରିମକୋର୍ଟରେ ୬ଟି ପିଟିଶନ ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?