Posted inଜାତୀୟ

୩୭୦ ଉଚ୍ଛେଦକୁ ହୁଡାଙ୍କ ସମର୍ଥନ

ରୋହତକ୍‌,୧୯ା୮(ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ଏହାକୁ ନେଇ କଂଗ୍ରେସରେ ଭିନ୍ନମତ ପ୍ରକାଶ ପାଇବାରେ ଲାଗିଛି। ଦଳର ବରିଷ୍ଠ ନେତା ତଥା ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡା ରବିବାର ନରେନ୍ଦ୍ର ମୋଦି ସରକାରଙ୍କ ଏହି ପଦକ୍ଷେପକୁ ସମର୍ଥନ କରିଛନ୍ତି।
ଉଚ୍ଛେଦ କରି ଜମ୍ମୁ-କଶ୍ମୀରକୁ ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପରେ କଂଗ୍ରେସର ଅନେକ ନେତା ଏହାକୁ ନେଇ ପ୍ରଶ୍ନ ଉଠାଉଥିବାବେଳେ ଆଉ କେତେକେ ଏହା ସପକ୍ଷରେ ମତ ଦେଉଛନ୍ତି। ଏହିକ୍ରମରେ ହୁଡା ନିଜ ସହର ରୋହତକ୍‌ରେ ମହାପରିବର୍ତ୍ତନ ରାଲିକୁ ସମ୍ବୋଧିତ କରି କହିଛନ୍ତି, ସେ ଦେଶଭକ୍ତି ଓ ଆମତ୍ସମ୍ମାନ ପ୍ରସଙ୍ଗରେ କାହା ସହିତ ସାଲିସ କରିବେ ନାହିଁ। ସରକାର କିଛି ଭଲ କାମ କଲେ ସେ ତାକୁ ସମର୍ଥନ କରିବେ। ଏହାକୁ କଂଗ୍ରେସରେ ତାଙ୍କର ଅନେକ ସହଯୋଗୀ ବିରୋଧ କରୁଛନ୍ତି। କଂଗ୍ରେସ ଦଳ ଏବେ ବାଟବଣା ହୋଇଯାଇଛି। ପୁରୁଣା କଂଗ୍ରେସ ଆଉ ନାହିଁ ବୋଲି ହୁଡା କହିଛନ୍ତି। ହୁଡାଙ୍କ ଏହି ଆଭିମୁଖ୍ୟକୁ ନେଇ କଂଗ୍ରେସରେ ଭ୍ରୂକୁଞ୍ଚନ ସୃଷ୍ଟି ହୋଇଛି। ହରିୟାଣା କଂଗ୍ରେସ ସଭାପତି ଆଶୋକ ତନଓ୍ବରଙ୍କୁ ହଟାଇ ହୁଡାଙ୍କୁ ଏହି ପଦରେ ନିଯୁକ୍ତି ଦେବା ପାଇଁ ଦାବି କରୁଥିବା ଦଳର କର୍ମୀମାନେ ଏହାକୁ ନେଇ ଉତ୍ସାହିତ ହୋଇପଡ଼ିଛନ୍ତି। ଏହା ପୂର୍ବରୁ ତାଙ୍କ ପୁଅ ତଥା ପୂର୍ବତନ ଏମ୍‌ପି ଦୀପେନ୍ଦର ସିଂ ହୁଡା ମଧ୍ୟ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସମର୍ଥନ କରିଥିଲେ। ହେଲେ ୩୭୦କୁ ଯେପରି ଭାବେ ଉଚ୍ଛେଦ କରାଯାଇଛି ତାକୁ ନେଇ ସେ ଆପତ୍ତି ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ: ପିଏମ ମୋଦିଙ୍କୁ ‘ଡୋୟନ’ କହିଲା ରୁଷିଆ, ଏହାର ପ୍ରକୃତ ଅର୍ଥ ଜାଣିଲେ…

ନୂଆଦିଲ୍ଲୀ, ୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସେବା ପ୍ରଦାନ କରି ଏକ ନୂଆ ରେକର୍ଡ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

୩୦୦ କିଲୋ ମାଛ, ୬,୦୦୦ କମଳା ଧରି ଫିଫା ବିଶ୍ୱକପ୍‌ରେ ପହଞ୍ଚିଲା ଏହି ଦେଶ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୬: ଫିଫା ବିଶ୍ୱକପ (FIFA ବିଶ୍ୱକପ ୨୦୨୬)ର ୨୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏଥର ମୋଟ ୪୮ଟି ଦଳ…

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri