Posted inଜାତୀୟ

୩୭୦ ଉଚ୍ଛେଦ ନିଷ୍ପତ୍ତିର ଗୁରୁତ୍ୱ ଲୋକଙ୍କୁ ଜଣାଇବ ଭାଜପା

ନୂଆଦିଲ୍ଲୀ,୨୭ା୮(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିର ଗୁରୁତ୍ୱ ସମ୍ପର୍କରେ ଭାଜପା ଜନସାଧାରଣଙ୍କୁ ଜଣାଇବ। ଏଥିପାଇଁ ମାସେ ବ୍ୟାପୀ ସାରା ଦେଶରେ ଜନସମ୍ପର୍କ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରିବାକୁ ଗୈରିକ ଦଳ ସୋମବାର ଘୋଷଣା କରିଛି। ଦେଶର ୩୫ଟି ମହାନଗରୀ ଓ ୩୭୦ଟି ସହରରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ମନ୍ତ୍ରୀ ଓ ଦଳୀୟ ଏମ୍‌ପି ତଥା କାର୍ଯ୍ୟକର୍ତ୍ତାମାନେ ଯୋଗଦେବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଗଜେନ୍ଦ୍ର ସିଂ ଶେଖାଓ୍ବତ ଖବରଦାତାମାନଙ୍କୁ କହିଛନ୍ତି। ସେମାନେ ଦେଶର ବିଭିନ୍ନ ଭାଗରେ ଥିବା ପ୍ରମୁଖ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ଭେଟିବେ। ସେପ୍ଟେମ୍ବର ୧ରୁ ୩୦ ମଧ୍ୟରେ ଉପତ୍ୟକାର ଶ୍ରୀନଗର, ଅନନ୍ତନାଗ, ବାରମୁଲା ଏବଂ ସୋପୋରେ ସମେତ ଜମ୍ମୁ-କଶ୍ମୀରର ୯ଟି ସ୍ଥାନରେ ଏହି ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ସ୍ଥିର ହୋଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତି। ଦଳମତ ନିର୍ବିଶେଷରେ ସମସ୍ତେ ଏହାକୁ ସମର୍ଥନ କରିଥିବା ଧର୍ମେନ୍ଦ୍ର କହିଛନ୍ତି। କେନ୍ଦ୍ର ସରକାରଙ୍କ ୮୫ଟି ଉନ୍ନୟନମୂଳକ ଯୋଜନା ଜମ୍ମୁ-କଶ୍ମୀର ଓ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri