୩୮ ମତ୍ସ୍ୟଜୀବୀ ଚେନ୍ନାଇରୁ ସମୁଦ୍ର ପଥରେ ଫେରିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା(କୋଭିଡ-୧୯) ଲକ୍‌ଡାଉନ ଯୋଗୁ ଅନ୍ୟ ରାଜ୍ୟରେ ଫସି ରହିଥିବା ଶ୍ରମିକମାନେ ଅତିଷ୍ଠ ହୋଇପଡ଼ିଲେଣି। ରିଲିଫ କ୍ୟାମ୍ପରେ ସେମାନଙ୍କୁ ଉପଯୁକ୍ତ ଖାଦ୍ୟ ଓ ଚିକିତ୍ସା ସୁବିଧା ମିଳୁ ନାହିଁ। ମାନସିକସ୍ତରରେ ମଧ୍ୟ ଅନେକେ ଭାଙ୍ଗି ପଡ଼ିଛନ୍ତି। ଲକ୍‌ଡାଉନ କେବେ ଖୋଲିବ, କାମଧନ୍ଦା ମିଳିବ କି ନାହିଁ, ଏହି ଚିନ୍ତାରେ ଘାରି ହୋଇ ଶ୍ରମିକମାନେ ଘର ମୁହାଁ ହେଉଛନ୍ତି। ସେମାନଙ୍କୁ ରୋକିବା ରାଜ୍ୟ ସରକାରଙ୍କ ପକ୍ଷେ କଷ୍ଟକର ହୋଇ ପଡୁଛି। ଏହି କ୍ରମରେ ୩୮ଜଣ ମତ୍ସ୍ୟଜୀବୀ ଏକ ଡଙ୍ଗାରେ ଚେନ୍ନାଇରୁ ୫ଦିନ ସମୁଦ୍ର ପଥ ଦେଇ ଶନିବାର ଗଞ୍ଜାମ ଜିଲାରେ ପହଞ୍ଚତ୍ଛନ୍ତି। ଲକ୍‌ଡାଉନ ଥିବାବେଳେ କେଉଁ ପରିସ୍ଥିତିରେ ଶ୍ରମିକମାନେ ଏତେଦୂର ସମୁଦ୍ର ବାଟଦେଇ ଆସିଲେ ସେ ନେଇ ତଦନ୍ତ କରିବାକୁ ରବିବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଡଙ୍ଗାକୁ ଜବତ କରାଯିବା ସହ ଜଳ ପଥରେ ଆଉ କିଏ ଆସୁଛନ୍ତି କି ନାହିଁ ତାହା ଉପରେ ନଜର ରଖାଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।
ଏଠରେ ସୂଚନା ଯୋଗ୍ୟ ଯେ, ୩୮ ମତ୍ସ୍ୟଜୀବୀଙ୍କ ମଧ୍ୟରୁ ୨୯ଜଣ ଓଡ଼ିଶାର ହୋଇଥିବାବେଳେ ୯ଜଣ ଆନ୍ଧ୍ରପ୍ରଦେଶର ବୋଲି ଜଣାପଡ଼ିଛି। ସେମାନେ ଚେନ୍ନାଇରେ ମାଛ ବ୍ୟବସାୟୀ ଭାବେ କାର୍ଯ୍ୟ କରୁଥିଲେ। ୫ଦିନ ଜଳପଥରେ ଯାତ୍ରା କରିବା ପରେ ସେମାନେ ଶନିବାର ଗଞ୍ଜାମ ଜିଲାର ଚିକିଟି ନିକଟରେ ପହଞ୍ଚତ୍ଥିଲେ। ସେହି ମତ୍ସ୍ୟଜୀବୀଙ୍କୁ ଏବେ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କଠାରେ କରୋନା ଲକ୍ଷଣ ରହିଛି କି ନାହିଁ ସେ ନେଇ ସ୍ବାବ ନମୁନା ପରୀକ୍ଷା କରିବାକୁ ଜିଲା ପ୍ରଶାସନକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri